ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା: ସ୍ବାମୀ ଫେରାର
ଲକ୍ଷ୍ମୀପୁର,୨୨।୪: କୋରାପୁଟ ଜିଲା ଦଶମନ୍ତପୁର ଥାନା ନେର୍କାଗୁଡ଼ା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହେଲେ ମୃତଦେହ ୩ ଦିନ ହେଲା ପଡି ରହିଥିବା ବେଳେ ଅନ୍ତିମ ସତ୍କାର ହୋଇପାରି ନ ଥିବା ଜଣାପଡିଛି। ଅନ୍ୟପକ୍ଷେ ଅଭିଯୁକ୍ତ ସ୍ବାମୀ ଫେରାର ହୋଇଯାଇଛନ୍ତି। ମିଳିଥିବା ସୂଚନା ମୁତାବକ, କୌଣସି କାରଣକୁ ନେଇ ସ୍ବାମୀ ଗର୍ଭବତୀ ସ୍ତ୍ରୀଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଫଳରେ ସେ ଗୁରୁତର ହୋଇ […] The post ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା: ସ୍ବାମୀ ଫେରାର appeared first on Dharitri Odia News.
ଲକ୍ଷ୍ମୀପୁର,୨୨।୪: କୋରାପୁଟ ଜିଲା ଦଶମନ୍ତପୁର ଥାନା ନେର୍କାଗୁଡ଼ା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହେଲେ ମୃତଦେହ ୩ ଦିନ ହେଲା ପଡି ରହିଥିବା ବେଳେ ଅନ୍ତିମ ସତ୍କାର ହୋଇପାରି ନ ଥିବା ଜଣାପଡିଛି। ଅନ୍ୟପକ୍ଷେ ଅଭିଯୁକ୍ତ ସ୍ବାମୀ ଫେରାର ହୋଇଯାଇଛନ୍ତି।
ମିଳିଥିବା ସୂଚନା ମୁତାବକ, କୌଣସି କାରଣକୁ ନେଇ ସ୍ବାମୀ ଗର୍ଭବତୀ ସ୍ତ୍ରୀଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଫଳରେ ସେ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ହତ୍ୟା ଅଭିଯୋଗରେ ଦଶମନ୍ତପୁର ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
The post ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା: ସ୍ବାମୀ ଫେରାର appeared first on Dharitri Odia News.