ଗାଁ ପଡ଼ିଆରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ
ମାଲକାନଗିରି,୧୫।୧୦: ମାଲକାନଗିରି ଥାନା ଏମ୍ଭି-୮ ଗାଁ ନିକଟ ପଡ଼ିଆରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଯୋଜନା ମୁତାବକ ପୁଅକୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ଗାଁ ନିକଟ ପଡ଼ିଆରେ ଯୁବକଙ୍କ ରକ୍ତାକ୍ତ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଏନେଇ ସ୍ଥାନୀୟ ଲୋକେ ପୋଳିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ଶରୀରର ବିଭିନ୍ନ […] The post ଗାଁ ପଡ଼ିଆରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ appeared first on Dharitri Odia News.
ମାଲକାନଗିରି,୧୫।୧୦: ମାଲକାନଗିରି ଥାନା ଏମ୍ଭି-୮ ଗାଁ ନିକଟ ପଡ଼ିଆରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଯୋଜନା ମୁତାବକ ପୁଅକୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।
ମିଳିଥିବା ସୂଚନା ମୁତାବକ, ଗାଁ ନିକଟ ପଡ଼ିଆରେ ଯୁବକଙ୍କ ରକ୍ତାକ୍ତ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଏନେଇ ସ୍ଥାନୀୟ ଲୋକେ ପୋଳିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ଅନ୍ୟପକ୍ଷେ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଥିବା ବେଳେ ଯୁବକଙ୍କୁ କେହି ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ହତ୍ୟାକାଣ୍ଡର କାରଣ ଜଣାପଡି ନାହିଁ।
The post ଗାଁ ପଡ଼ିଆରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ appeared first on Dharitri Odia News.