ଗାଡ଼ି ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର-ଆସିକା ୩୨୬ ନମ୍ବର ଜାତୀୟ ରାଜପଥ ରାମଚନ୍ଦ୍ରପୁର ଗାଁ ପୋଲ ଉପରେ ରବିବାର ଏକ ଗାଡ଼ି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଧର୍ମରାୟପୁର ଗ୍ରାମର ପ୍ରଭାକର ମିଶ୍ର(୫୫)। ଏନେଇ ପ୍ରଭାକରଙ୍କ ସ୍ତ୍ରୀ ସୁନିତା ମିଶ୍ର ପାଟପୁର ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗକୁ ଭିତ୍ତିକରି ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଏକ ମାମଲା(ନଂ. ୧୬୭/୨୫) ରୁଜୁ କରି ତଦନ୍ତ ଆରମ୍ଭ […] The post ଗାଡ଼ି ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ appeared first on Dharitri Odia News.

ଗାଡ଼ି ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର-ଆସିକା ୩୨୬ ନମ୍ବର ଜାତୀୟ ରାଜପଥ ରାମଚନ୍ଦ୍ରପୁର ଗାଁ ପୋଲ ଉପରେ ରବିବାର ଏକ ଗାଡ଼ି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଧର୍ମରାୟପୁର ଗ୍ରାମର ପ୍ରଭାକର ମିଶ୍ର(୫୫)। ଏନେଇ ପ୍ରଭାକରଙ୍କ ସ୍ତ୍ରୀ ସୁନିତା ମିଶ୍ର ପାଟପୁର ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗକୁ ଭିତ୍ତିକରି ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଏକ ମାମଲା(ନଂ. ୧୬୭/୨୫) ରୁଜୁ କରି ତଦନ୍ତ ଆରମ୍ଭ କରିଛନ୍ତି।

ପୋଲିସ ପ୍ରଭାକରଙ୍କୁ ଉଦ୍ଧାର କରି ଆଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲା। ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଅନ୍ୟପକ୍ଷେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।

The post ଗାଡ଼ି ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ appeared first on Dharitri Odia News.