ଗାଡ଼ିର ଟାଙ୍କି ଭରିବା ପୂର୍ବରୁ ଏଠାରେ ଜାଣନ୍ତୁ କେତେ ଅଛି ଆଜିର ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ

ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ । ତେବେ ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ବୃଦ୍ଧି ପାଇ ୧୦୦. […] The post ଗାଡ଼ିର ଟାଙ୍କି ଭରିବା ପୂର୍ବରୁ ଏଠାରେ ଜାଣନ୍ତୁ କେତେ ଅଛି ଆଜିର ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ appeared first on KNews Odisha.

ଗାଡ଼ିର ଟାଙ୍କି ଭରିବା ପୂର୍ବରୁ ଏଠାରେ ଜାଣନ୍ତୁ କେତେ ଅଛି ଆଜିର ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ
petrol

ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ । ତେବେ ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ବୃଦ୍ଧି ପାଇ ୧୦୦. ୯୩ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨. ୫୧ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫ . ୦୧ ଟଙ୍କା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୮୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୯୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୪୯ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍ :

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ ।

 

 

ଆହୁରି ପଢନ୍ତୁ : ରେଲୱେର ସୁପର ଆପ୍ ‘SwaRail’ କ’ଣ ? ଜାଣନ୍ତୁ କିପରି ଏଠାରେ ମିଳିବ ସମସ୍ତ ସୁବିଧା

The post ଗାଡ଼ିର ଟାଙ୍କି ଭରିବା ପୂର୍ବରୁ ଏଠାରେ ଜାଣନ୍ତୁ କେତେ ଅଛି ଆଜିର ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ appeared first on KNews Odisha.