ଗାତ ଖୋଳି ରଖିଥିଲେ ୧୦ ହଜାର ୮୫୨ କେଜି ଗଞ୍ଜେଇ: ଧରିଲା ପୋଲିସ

ବାଲିଗୁଡ଼ା,୨୧।୨: କନ୍ଧମାଳ ଜିଲା ପୋଲିସ ଶୁକ୍ରବାର ୫ଟି ଥାନା ଅଞ୍ଚଳରେ ଏକ କାଳୀନ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ପୋଲିସ ପ୍ରାୟ ୧୦ହଜାର ୮୫୨କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି । ପ୍ରଥମ ଥର ପାଇଁ ପୋଲିସ ଏକ କାଳୀନ ଏତେ ପରିମାଣର ଗଞ୍ଜେଇ ଜବତ କରିଛି। କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରା ଚାଲାଣ ରୋକିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶ […] The post ଗାତ ଖୋଳି ରଖିଥିଲେ ୧୦ ହଜାର ୮୫୨ କେଜି ଗଞ୍ଜେଇ: ଧରିଲା ପୋଲିସ appeared first on Dharitri Odia News.

ଗାତ ଖୋଳି ରଖିଥିଲେ ୧୦ ହଜାର ୮୫୨ କେଜି ଗଞ୍ଜେଇ: ଧରିଲା ପୋଲିସ

ବାଲିଗୁଡ଼ା,୨୧।୨: କନ୍ଧମାଳ ଜିଲା ପୋଲିସ ଶୁକ୍ରବାର ୫ଟି ଥାନା ଅଞ୍ଚଳରେ ଏକ କାଳୀନ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ପୋଲିସ ପ୍ରାୟ ୧୦ହଜାର ୮୫୨କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି । ପ୍ରଥମ ଥର ପାଇଁ ପୋଲିସ ଏକ କାଳୀନ ଏତେ ପରିମାଣର ଗଞ୍ଜେଇ ଜବତ କରିଛି।
କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରା ଚାଲାଣ ରୋକିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶ ଅନୁଯାୟୀ, କନ୍ଧମାଳ ଏସ୍‌ପି ବି. ସି. ହରିଶଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା।

ଚଢ଼ାଉ ବେଳେ ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ଦାରୁଗୋଣ୍ଡା ଘାଟି ନିକଟ ଜଙ୍ଗଲରୁ ୬୫୨୦ କେଜି ଗଞ୍ଜେଇ ଜବତ କରାଯାଇଥିବା ବେଳେ ଫିରିଙ୍ଗିଆ ଥାନା ଅଧୀନ କାସିନପଦର ପଞ୍ଚାୟତ ମାଜିପଡ଼ା ଜଙ୍ଗଲରୁ ୧୫୨୦ କେଜି, ଫୁଲବାଣୀ ସଦର ଥାନା ଅନ୍ତର୍ଗତ ସୁଦ୍ରୁଜୁ ପଞ୍ଚାୟତ ମିନିଆକଟି ଜଙ୍ଗଲରୁ ୨୦୫୨କେଜି, ବାଲିଗୁଡ଼ା ଥାନା ଅଧୀନ ଜାକ୍ରିପଦା ଜଙ୍ଗଲରୁ ୬୫୦ କେଜି, ଟିକାବାଲି ଥାନା ଅନ୍ତର୍ଗତ ସୁନାପଙ୍ଗା ଗ୍ରାମ ନିକଟରୁ ୧୧୦କେଜି ଗଞ୍ଜେଇ ଜବତ କରାଯାଇଛି। ସମୁଦାୟ ୧୦,୮୫୨ କେଜି ଗଞ୍ଜେଇ ଜବତ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଉପରୋକ୍ତ ସମସ୍ତ ମାମଲାର ତଦନ୍ତ ଜାରି ରହିଛି। ଚୋରା ଚାଲାଣରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।

ସୂଚନା ଯୋଗ୍ୟ, ନିଶା ବେପାରୀମାନେ ଜଙ୍ଗଲ ମଧ୍ୟରେ ଥିବା ବିଭିନ୍ନ ପରିତ୍ୟକ୍ତ ସ୍ଥାନରେ ଗାତ ଖୋଳି ଏହି ଗଞ୍ଜେଇ ରଖି ଚୋରା ଚାଲାଣ କରୁଛନ୍ତି। ଏହି ସମ୍ପର୍କରେ ସୂଚନା ପାଇ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇଥିଲା।

ଉଲ୍ଲେଖଯୋଗ୍ୟ ଯେ, ଗଞ୍ଜେଇ ଚାଷ ବିରୋଧରେ ରାଜ୍ୟ ପୋଲିସ ସ୍ବତନ୍ତ୍ର ଅଭିଯାନ ଜାରି ରଖିଥିବା ବେଳେ ଏହାକୁ ମୂଳପୋଛ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି। ଏହି ସ୍ବତନ୍ତ୍ର ଅଭିଯାନ ଆସନ୍ତା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଏବଂ ଏହି ସମୟସୀମା ମଧ୍ୟରେ ଗଞ୍ଜେଇ ଚାଷର ସମ୍ପୂର୍ଣ୍ଣ ମୂଳୋତ୍ପାଟନ ନିମନ୍ତେ କାର୍ଯ୍ୟ କରିବାକୁ ଡିଜିପି ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

The post ଗାତ ଖୋଳି ରଖିଥିଲେ ୧୦ ହଜାର ୮୫୨ କେଜି ଗଞ୍ଜେଇ: ଧରିଲା ପୋଲିସ appeared first on Dharitri Odia News.