ଗାଧୋଉଥିବାବେଳେ ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା
ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣଙ୍କ ହେଲେ ପଟିଗୁଡ଼ା ଗ୍ରାମର ନିରଞ୍ଜନ ସାହୁ। ବୁଧବାର ଅପରାହ୍ନ ପ୍ରାୟ ୩ଟାରେ ନିରଞ୍ଜନ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ଅସାବଧାନତା କାରଣରୁ ସେ ପୋଖରୀର ଗଭୀର ପାଣି ଭିତରକୁ ଚାଲିଯାଇଥିଲେ। ପୋଖରୀରେ ଗାଧୋଉଥିବା କିଛି ବ୍ୟକ୍ତି ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଉପସ୍ଥିତ ଡାକ୍ତର ତାଙ୍କୁ ମୃତ […] The post ଗାଧୋଉଥିବାବେଳେ ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା appeared first on Dharitri Odia News.
ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣଙ୍କ ହେଲେ ପଟିଗୁଡ଼ା ଗ୍ରାମର ନିରଞ୍ଜନ ସାହୁ। ବୁଧବାର ଅପରାହ୍ନ ପ୍ରାୟ ୩ଟାରେ ନିରଞ୍ଜନ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ଅସାବଧାନତା କାରଣରୁ ସେ ପୋଖରୀର ଗଭୀର ପାଣି ଭିତରକୁ ଚାଲିଯାଇଥିଲେ। ପୋଖରୀରେ ଗାଧୋଉଥିବା କିଛି ବ୍ୟକ୍ତି ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ପାଟପୁର ପୋଲିସ ଟିମ୍ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ଥାନା ଅପମୃତ୍ୟୁ ମାମଲା ନଂ.୨୧/୨୪ ଅନୁଯାୟୀ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିବା ଜଣାପଡ଼ିଛି।
The post ଗାଧୋଉଥିବାବେଳେ ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା appeared first on Dharitri Odia News.