ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି
ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପାଇଁ ଅମିତ ଶାହା ଗାନ୍ଧିନଗର କଲେକ୍ଟରଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏହି ସମୟରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ମଧ୍ୟ ଉପସ୍ଥିତ ଥିଲେ। ପ୍ରାର୍ଥିପତ୍ର ଦାଖଲ କରିବା ପରେ ଅମିତ ଶାହା କହିଛନ୍ତି, ‘ମୁଁ ଗାନ୍ଧିନଗର ଆସନରୁ ନାମାଙ୍କନପତ୍ର ଦାଖଲ କରିଛି ଏବଂ ଗାନ୍ଧିନଗରକୁ […] The post ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି appeared first on Dharitri Odia News.
ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପାଇଁ ଅମିତ ଶାହା ଗାନ୍ଧିନଗର କଲେକ୍ଟରଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏହି ସମୟରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ମଧ୍ୟ ଉପସ୍ଥିତ ଥିଲେ।
ପ୍ରାର୍ଥିପତ୍ର ଦାଖଲ କରିବା ପରେ ଅମିତ ଶାହା କହିଛନ୍ତି, ‘ମୁଁ ଗାନ୍ଧିନଗର ଆସନରୁ ନାମାଙ୍କନପତ୍ର ଦାଖଲ କରିଛି ଏବଂ ଗାନ୍ଧିନଗରକୁ ପ୍ରତିନିଧିତ୍ୱ କରିବା ମୋ ପାଇଁ ଗର୍ବର ବିଷୟ। ଏହି ନିର୍ବାଚନ ହେଉଛି ନରେନ୍ଦ୍ର ମୋଦିଙ୍କୁ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ କରିବା। ମୋଦି ଜି ଦେଶକୁ ସୁରକ୍ଷିତ କରିଛନ୍ତି ଏବଂ ୨୦୪୭ ସୁଦ୍ଧା ଭାରତ ବିକଶିତ ଦେଶ ହେବ। ଏହାର ଗୋଟିଏ ଦିନ ପୂର୍ବରୁ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ନିଜ ନିର୍ବାଚନମଣ୍ଡଳୀରେ ଗୋଟିଏ ପରେ ଗୋଟିଏ ରୋଡ ଶୋ’ କରିଥିଲେ ଏବଂ ପ୍ରାୟ ୨୦ କିଲୋମିଟର ଦୂରତା ଅତିକ୍ରମ କରିଥିଲେ।
ଅମିତ ଶାହାଙ୍କ ରୋଡ ଶୋ’ ଗାନ୍ଧିନଗର ଲୋକ ସଭା ଆସନର ଏକ ଅଂଶ ଅହମ୍ମଦାବାଦ ସହରର ସାବରମାଟି, ଘାଟୋଡିଆ, ନରଣପୁରା ଏବଂ ଭେଜଲପୁର ବିଧାନସଭା ନିର୍ବାଚନମଣ୍ଡଳୀ ଦେଇ ଯାଇଥିଲା। ସେ ୨୦୧୯ରେ ଏହି ଆସନରୁ ଜିତିଥିଲେ। ଏହାପୂର୍ବରୁ ଅମିତ ଶାହା ଗାନ୍ଧିନଗର ଲୋକ ସଭା ନିର୍ବାଚନମଣ୍ଡଳୀ ଅଧୀନରେ ଥିବା ଅହମ୍ମଦାବାଦର ସାନନ୍ଦରେ ଏବଂ ଗାନ୍ଧିନଗର ଜିଲାର କାଲୋଲରେ ରୋଡ ଶୋ’ କରିଥିଲେ।
The post ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି appeared first on Dharitri Odia News.