ଗାଡ଼ିର ଇନ୍ସୁରାନ୍ସ ନଥିଲେ ଟୋଲଗେଟ୍ରେ କଟିବ ଚାଲାଣ, ଫେବୃଆରୀ ପହିଲାରୁ ସାରା ରାଜ୍ୟରେ ନିୟମ ଲାଗୁ….
ଭୁବନେଶ୍ବର/କଟକ : ମୋଟର ଯାନରେ ବୀମା ନ ଥିଲେ ସ୍ବୟଂକ୍ରିୟ ପ୍ରଣାଳୀରେ ଧରିବ ଟୋଲଗେଟ । ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରିହେବ ଇ-ଚାଲାଣ ଆସନ୍ତା ଫେବୃଆରୀ ପହିଲାରୁ ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ସମସ୍ତ ୨୨ଟି ଟୋଲଗେଟରେ ଏହା କାର୍ଯ୍ୟକାରୀ ହେବ । ମୋଟର ଯାନ ଆଇନ ଅନୁଯାୟୀ ବୈଧ ବୀମା ନଥାଇ ଗାଡ଼ି ଚଳାଚଳ କରୁଥିବା ନିୟମ ଉଲ୍ଲଙ୍ଘନକାରୀଙ୍କୁ ଚିହ୍ନଟ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। […]

ଭୁବନେଶ୍ବର/କଟକ : ମୋଟର ଯାନରେ ବୀମା ନ ଥିଲେ ସ୍ବୟଂକ୍ରିୟ ପ୍ରଣାଳୀରେ ଧରିବ ଟୋଲଗେଟ । ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରିହେବ ଇ-ଚାଲାଣ ଆସନ୍ତା ଫେବୃଆରୀ ପହିଲାରୁ ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ସମସ୍ତ ୨୨ଟି ଟୋଲଗେଟରେ ଏହା କାର୍ଯ୍ୟକାରୀ ହେବ । ମୋଟର ଯାନ ଆଇନ ଅନୁଯାୟୀ ବୈଧ ବୀମା ନଥାଇ ଗାଡ଼ି ଚଳାଚଳ କରୁଥିବା ନିୟମ ଉଲ୍ଲଙ୍ଘନକାରୀଙ୍କୁ ଚିହ୍ନଟ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।
ମୋଟର ଯାନ ଆଇନର ଧାରା ୧୪୬ ଅନୁଯାୟୀ ପ୍ରତ୍ୟେକ ମୋଟର ଯାନ ବୈଧ ବୀମାଭୁକ୍ତ ହେବା ବାଧ୍ୟତାମୂଳକ । ଏହାର ଉଲ୍ଲଙ୍ଘନ କଲେ ଧାରା ୧୯୬ ଅନୁଯାୟୀ ୨ ହଜାର ଟଙ୍କା ଜରିମାନା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ୍ କିମ୍ବା ଉଭୟ ଦଣ୍ଡର ପ୍ରାବଧାନ ରହିଛି ଓ ସେହିଭଳି ପୁନର୍ବାର ନିୟମ ଉଲଂଘନ କଲେ ଜରିମାନା ରାଶି ୪ ହଜାର ଟଙ୍କା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ କିମ୍ବା ଉଭୟ ଦଣ୍ଡରେ ଦଣ୍ଡିତ କରାଯିବାର ପ୍ରାବଧାନ ଅଛି ।
ଅନେକ ଘରୋଇ ଓ ବ୍ୟବସାୟିକ ଗାଡ଼ି ନିୟମ ଉଲ୍ଲଙ୍ଘନ କରି ବୀମା କରୁନାହାନ୍ତି । ଫଳରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁରେ ମୃତକଙ୍କ ପରିବାର ଅନୁକମ୍ପାମୂଳକ ବୀମା ରାଶି ପାଇବାରୁ ବଞ୍ଚିତ ହେଉଛନ୍ତି । ଯାହାକୁ ନେଇ ସରକାରଙ୍କ ପକ୍ଷରୁ ଉଦବେଗ ପ୍ରକାଶ ପାଇଛି । ଏହାକୁ ଦୃଷ୍ଟିରେ ରଖ୍ ନିୟମ ଉଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପରିବହନ ଆୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଇ- ଡିଟେକ୍ସନରେ ପରମିଟ, ଫିଟନେସ, ଟିକସ ନିୟମ ଉଲଂଘନକାରୀଙ୍କୁ ଟୋଲଗେଟରେ ଚିହ୍ନଟ କରାଯାଉଥିଲା । ଏବେ ବୀମା ନିୟମ ଉଲଂଘନକାରୀଙ୍କୁ ମଧ୍ୟ ଏହି ପ୍ରକ୍ରିୟାରେ ଚିହ୍ନଟ କରାଯିବ । ଏନଫୋର୍ସମେଣ୍ଟରେ ଆଧୁନିକ ଜ୍ଞାନକୌଶଳକୁ ଅଧିକ ବ୍ୟବହାର କରାଯିବାକୁ ନିଷ୍ପଭି ହୋଇଛି । ତେଣୁ ଗାଡ଼ିର ବୀମା ନ ଥିଲେ ତୁରନ୍ତ ବୀମା କରାଇ ନେବାକୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ଅନୁରୋଧ କରାଯାଇଛି ।