ଗୁଜରାଟରେ ଟ୍ରକ୍-କାର ମୁହାଁମୁହିଁ ଧକ୍କା, ଗୋଟିଏ ପରିବାରରୁ ଚାଲିଗଲା ୪ ଜୀବନ

ନୂଆଦିଲ୍ଲୀ ୦୭।୦୬: ଗୁଜୁରାଟରେ ଏକ ଭୟଙ୍କର ସଡକ ଦୁର୍ଘଟଣା ଘଟିଛି ।  ସକାଳୁ ସକାଳୁ ଇଦର-ହିମତ୍ନଗର ରାଜପଥରେ ଏକ ଟ୍ରକ ଏବଂ କାର ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ସମାନ ପରିବାରର ୪ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଯେଉଁଠାରେ ତାଙ୍କୁ ଚିକିତ୍ସା କରାଯାଉଛି।ଏହି ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇ ପୋଲିସ କହିଛି ଯେ ସାବରକାଣ୍ଠର ଇଦର-ହିମତ୍ନଗର ରାଜପଥରେ ଶୁକ୍ରବାର ସକାଳେ ଏକ ଟ୍ରକ ଓ କାର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି। ଏହି ପରିବାରର ଚାରି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ୭ ମାସର ଶିଶୁ ସାମିଲ ଥିଲା।

ଗୁଜରାଟରେ ଟ୍ରକ୍-କାର ମୁହାଁମୁହିଁ ଧକ୍କା, ଗୋଟିଏ ପରିବାରରୁ ଚାଲିଗଲା ୪ ଜୀବନ

ନୂଆଦିଲ୍ଲୀ ୦୭।୦୬: ଗୁଜୁରାଟରେ ଏକ ଭୟଙ୍କର ସଡକ ଦୁର୍ଘଟଣା ଘଟିଛି ।  ସକାଳୁ ସକାଳୁ ଇଦର-ହିମତ୍ନଗର ରାଜପଥରେ ଏକ ଟ୍ରକ ଏବଂ କାର ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ସମାନ ପରିବାରର ୪ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଯେଉଁଠାରେ ତାଙ୍କୁ ଚିକିତ୍ସା କରାଯାଉଛି।

ଏହି ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇ ପୋଲିସ କହିଛି ଯେ ସାବରକାଣ୍ଠର ଇଦର-ହିମତ୍ନଗର ରାଜପଥରେ ଶୁକ୍ରବାର ସକାଳେ ଏକ ଟ୍ରକ ଓ କାର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି। ଏହି ପରିବାରର ଚାରି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ୭ ମାସର ଶିଶୁ ସାମିଲ ଥିଲା।