ଗୁରୁବାର ରାଶିଫଳ ( ୦୨ – ୦୧ -୨୦୨5 )

ମେଷ: ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ଧୈର୍ଯ୍ୟର ସହ କାମ କରନ୍ତୁ। ଅଚାନକ ଖୁସି ଖବର ପାଇବେ। ମାନସମ୍ମାନ ବୃଦ୍ଧି ପାଇବ। କ୍ୟାରିୟରରେ ଉନ୍ନତି କରିବେ। ବୃଷ: ପରିବାର ସଦସ୍ୟଙ୍କ ସହାୟତା ଯୋଗୁଁ ଅଟକି ଥିବା କାମକୁ ପୂରା କରିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବିଦେଶ ଯାତ୍ରା କରିପାରନ୍ତି। ବ୍ୟୟ ଅଧିକ ହେବ। ପ୍ରେମ ବ୍ୟାପାରରେ ସଫଳ ହୋଇପାରନ୍ତି। ମିଥୁନ: ସୁସମ୍ବାଦ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ପ୍ରତ୍ୟେକ କ୍ଷେତ୍ରରେ ମାନସମ୍ମାନ […]

ଗୁରୁବାର ରାଶିଫଳ ( ୦୨ – ୦୧ -୨୦୨5 )
thursday-horoscope

ମେଷ: ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ଧୈର୍ଯ୍ୟର ସହ କାମ କରନ୍ତୁ। ଅଚାନକ ଖୁସି ଖବର ପାଇବେ। ମାନସମ୍ମାନ ବୃଦ୍ଧି ପାଇବ। କ୍ୟାରିୟରରେ ଉନ୍ନତି କରିବେ।

ବୃଷ: ପରିବାର ସଦସ୍ୟଙ୍କ ସହାୟତା ଯୋଗୁଁ ଅଟକି ଥିବା କାମକୁ ପୂରା କରିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବିଦେଶ ଯାତ୍ରା କରିପାରନ୍ତି। ବ୍ୟୟ ଅଧିକ ହେବ। ପ୍ରେମ ବ୍ୟାପାରରେ ସଫଳ ହୋଇପାରନ୍ତି।

ମିଥୁନ: ସୁସମ୍ବାଦ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ପ୍ରତ୍ୟେକ କ୍ଷେତ୍ରରେ ମାନସମ୍ମାନ ଓ ପ୍ରଶଂସିତ ହେବେ। ସାମାଜିକ କାର୍ଯ୍ୟ କରିବାରେ ରୁଚି ବଢ଼ିବ। ସ୍ବାସ୍ଥ୍ୟ ଉପରେ ଧ୍ୟାନ ଦେବେ। ଅତିଥି ସତ୍କାର କରିପାରନ୍ତି।

କର୍କଟ: ବ୍ୟବସାୟରେ ଲାଭବାନ ହେବେ। ନିଜର ଦାୟିତ୍ବକୁ ସୁରୁଖୁରୁରେ ସମ୍ଭାଳିବେ। ବନ୍ଧୁଙ୍କ ସହିତ ମଧୁର ବ୍ୟବହାର କରିବେ। ଦୂରସ୍ଥାନ ଯାତ୍ରା କରିପାରନ୍ତି। ନୂତନ ବ୍ୟବସାୟ ଆରମ୍ଭ କରିବାକୁ ଅନୁକୂଳ ସମୟ।

ସିଂହ: କାମଚାପ ଅଧିକ ରହିବ। ସ୍ବାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖୀବା ଭଲ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।

କନ୍ୟା: ଆର୍ଥିକ ସ୍ଥିତିରେ ସୁଧାର ଆସିବ। କ୍ୟାରିୟରକୁ ନେଇ ଚିନ୍ତିତ ହୁଅନ୍ତୁନି। ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଦିନସାରା ବ୍ୟସ୍ତ ରହିବା କାରଣରୁ ଥକ୍କାପଣ ଅନୁଭବ କରିବେ।

ତୁଳା: ଘର ମାହୋଲ ଶାନ୍ତିପୂର୍ଣ୍ଣ ରହିବ। କାର୍ଯ୍ୟକ୍ଷେତ୍ରରେ ଚାପ ଯୋଗୁଁ ଅସ୍ଥିରତା ଅନୁଭବ କରିପାରନ୍ତି। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ମହିଳାମାନେ ସୁନା ଅଳଙ୍କାର କିଣାକିଣିରେ ସମୟ କାଟିବେ।

ବିଛା: ବିଦ୍ୟାର୍ଥୀମାନେ ନିଜ କ୍ୟାରିୟରକୁ ଅଧିକ ଗୁରୁତ୍ବ ଦେବା ଦରକାର। ଆଳସ୍ୟ ଓ ଚିନ୍ତାରେ ଦିନଟି ବିତିବ। ପ୍ରେମ ବ୍ୟାପାରରେ ଶୁଭ ଖବର ପାଇବେ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ଅତିବାହିତ କରିବେ।

ଧନୁ: ନକାରାତ୍ମକ ପ୍ରବୃତ୍ତିର ଲୋକଙ୍କଠାରୁ ଦୂରେଇ ରୁହନ୍ତୁ। ଅଫିସ୍‌ ଓ ଘର କାମରେ ବ୍ୟସ୍ତ ରହିବେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ଆଶା କରିଥିବା ଦିଗରୁ ଖୁସି ଖବର ମିଳିବ।

ମକର:ଟଙ୍କା ନେଣଦେଣ କାର୍ଯ୍ୟରେ ଅନ୍ୟ ଉପରେ ଅଧିକ ଭରସା କରନ୍ତୁନି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଦ୍ୟାର୍ଥୀମାନେ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ।

କୁମ୍ଭ: ପରିସ୍ଥିତି ଅନୁସାରେ କାମ କରନ୍ତୁ। ମନକୁ ଆୟତ୍ତରେ ରଖୀବା ଭଲ। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମହିଳାମାନେ ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।

ମୀନ: କର୍ମକ୍ଷେତ୍ରରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ପୁରୁଣା ସମସ୍ୟା ଦେଖାଦେଇପାରେ। ପ୍ରେମ ବ୍ୟାପାରରେ ଦିନଟି ଭଲରେ ବିତିବ। ସାବଧାନତାରେ ସହିତ କାର୍ଯ୍ୟ କରନ୍ତୁ।