‘ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’ ବିଲ୍କୁ କେନ୍ଦ୍ର କ୍ୟାବିନେଟ୍ର ମଞ୍ଜୁରୀ
ନୂଆଦିଲ୍ଳୀ,୧୨।୧୨: ‘ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’ ବିଲ୍କୁ କେନ୍ଦ୍ର କ୍ୟାବିନେଟ ଗୁରୁବାର ଏହାକୁ ଅନୁମୋଦନ କରିଛି। ଆସନ୍ତା ସପ୍ତାହରେ ଏହା ସଂସଦରେ ଉପସ୍ଥାପିତ ହେବାର ସମ୍ଭାବନା ରହିଛି। ଏହାପୂର୍ବରୁ ବୁଧବାର କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ପାଇଁ ଜୋରଦାର ପ୍ରଚାର କରିଥିଲେ ଏବଂ ବାରମ୍ବାର ନିର୍ବାଚନ ଦେଶର ପ୍ରଗତିରେ ବାଧା ସୃଷ୍ଟି କରୁଛି ବୋଲି କହିଥିଲେ। ଅନ୍ତର୍ଜାତୀୟ ଗୀତା ମହୋତ୍ସବ ଅଧୀନରେ କୁରୁକ୍ଷେତ୍ରରେ ଆୟୋଜିତ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି […] The post ‘ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’ ବିଲ୍କୁ କେନ୍ଦ୍ର କ୍ୟାବିନେଟ୍ର ମଞ୍ଜୁରୀ appeared first on Dharitri Odia News.
ନୂଆଦିଲ୍ଳୀ,୧୨।୧୨: ‘ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’ ବିଲ୍କୁ କେନ୍ଦ୍ର କ୍ୟାବିନେଟ ଗୁରୁବାର ଏହାକୁ ଅନୁମୋଦନ କରିଛି। ଆସନ୍ତା ସପ୍ତାହରେ ଏହା ସଂସଦରେ ଉପସ୍ଥାପିତ ହେବାର ସମ୍ଭାବନା ରହିଛି।
ଏହାପୂର୍ବରୁ ବୁଧବାର କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ପାଇଁ ଜୋରଦାର ପ୍ରଚାର କରିଥିଲେ ଏବଂ ବାରମ୍ବାର ନିର୍ବାଚନ ଦେଶର ପ୍ରଗତିରେ ବାଧା ସୃଷ୍ଟି କରୁଛି ବୋଲି କହିଥିଲେ। ଅନ୍ତର୍ଜାତୀୟ ଗୀତା ମହୋତ୍ସବ ଅଧୀନରେ କୁରୁକ୍ଷେତ୍ରରେ ଆୟୋଜିତ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଶିବରାଜ କହିଥିଲେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶ ଦ୍ରୁତ ଗତିରେ ଆଗକୁ ବଢୁଛି। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଏକ ଗୌରବମୟ, ସମୃଦ୍ଧ ତଥା ଶକ୍ତିଶାଳୀ ଭାରତ ନିର୍ମାଣ କରାଯାଉଛି। ଖୁବଶୀଘ୍ର ଭାରତ ଆମ ଆଖି ଆଗରେ‘ବିଶ୍ୱ ଗୁରୁ’ ହେବ, ଏଥିରେ କୌଣସି ସନ୍ଦେହ ନାହିଁ ଏବଂ ସମଗ୍ର ବିଶ୍ୱ ଏହା ଜାଣେ। କିନ୍ତୁ ଭାରତର ପ୍ରଗତି ଏବଂ ବିକାଶରେ ବାଧା ସୃଷ୍ଟି କରୁଛି ବାରମ୍ବାର ନିର୍ବାଚନ।
ସୂଚନାଯୋଗ୍ୟ,ଆରମ୍ଭରୁ କେନ୍ଦ୍ର ସରକାର ‘ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’କୁ ସମର୍ଥନ କରିଆସୁଛନ୍ତି। ତଥାପି, ବିଦ୍ୟମାନ ସିଷ୍ଟମକୁ ପରିବର୍ତ୍ତନ କରିବା ଏକ ଚ୍ୟାଲେଞ୍ଜିଂ କାର୍ଯ୍ୟ। ଏଥିପାଇଁ ସହମତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଦେଶରେ ‘ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’କୁ କାର୍ଯ୍ୟକାରୀ କରିବା ପାଇଁ ସମ୍ବିଧାନରେ ସଂଶୋଧନ ପାଇଁ ପ୍ରାୟ ୬ଟି ବିଲ ଆଣିବାକୁ ପଡିବ। ସଂସଦରେ ଏସବୁ ପାସ କରିବାକୁ ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତା ଆବଶ୍ୟକ ହେବ।
The post ‘ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’ ବିଲ୍କୁ କେନ୍ଦ୍ର କ୍ୟାବିନେଟ୍ର ମଞ୍ଜୁରୀ appeared first on Dharitri Odia News.