ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ଗତ ଶନିବାର ସନ୍ଧ୍ୟାରେ ଗ୍ୟାସ୍‌ ସିଲିଣ୍ଡର ପାଇପ ଲିକରୁ ଅଗ୍ନିକାଣ୍ଡ ଘଟଣାରେ ଗୋଟିଏ ପରିବାରର ସ୍ବାମୀ, ସ୍ତ୍ରୀ ଓ ପୁଅ ଅର୍ଦ୍ଧଦଗ୍ଧ ହୋଇ ଗୁରୁତର ହୋଇଥିଲେ। ଗୁରୁବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏମ୍‌ସ ହସ୍ପିଟାଲରେ ସ୍ବାମୀ ଜି.ବୁଡୁ ରେଡ୍ଡୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ରୋଷେଇ ବେଳେ ସିଲିଣ୍ଡର ପାଇପରୁ ଗ୍ୟାସ୍‌ ନିର୍ଗତ ହୋଇ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ସ୍ବାମୀ ବୁଡୁ, ସ୍ତ୍ରୀ ବବି […] The post ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ appeared first on Dharitri Odia News.

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ଗତ ଶନିବାର ସନ୍ଧ୍ୟାରେ ଗ୍ୟାସ୍‌ ସିଲିଣ୍ଡର ପାଇପ ଲିକରୁ ଅଗ୍ନିକାଣ୍ଡ ଘଟଣାରେ ଗୋଟିଏ ପରିବାରର ସ୍ବାମୀ, ସ୍ତ୍ରୀ ଓ ପୁଅ ଅର୍ଦ୍ଧଦଗ୍ଧ ହୋଇ ଗୁରୁତର ହୋଇଥିଲେ। ଗୁରୁବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏମ୍‌ସ ହସ୍ପିଟାଲରେ ସ୍ବାମୀ ଜି.ବୁଡୁ ରେଡ୍ଡୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।
ସୂଚନାଯୋଗ୍ୟ, ରୋଷେଇ ବେଳେ ସିଲିଣ୍ଡର ପାଇପରୁ ଗ୍ୟାସ୍‌ ନିର୍ଗତ ହୋଇ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ସ୍ବାମୀ ବୁଡୁ, ସ୍ତ୍ରୀ ବବି ଏବଂ ପୁଅ ଜି .କାହ୍ନା ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ପରବର୍ତ୍ତୀ ସମୟରେ ବୁଡୁଙ୍କ ଅବସ୍ଥାରେ ସୁଧାର ନଆସିବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଥିଲା। ଦୀର୍ଘ ୬ ଦିନର ଚିକିତ୍ସା ପରେ ତାଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ସ୍ତ୍ରୀ ଓ ପୁଅ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ବେଳେ ସ୍ବାମୀଙ୍କ ମୃତ୍ୟୁ ପରେ ଡାକ୍ତରଙ୍କ ପରାମର୍ଶକ୍ରମେ ଉଭୟଙ୍କୁ ଘରକୁ ଛଡାଯାଇଥିଲା। ଶୁକ୍ରବାର ସନ୍ଧ୍ୟାରେ ମୃତଦେହ ଗ୍ରାମରେ ପହଞ୍ଚିବା ପରେ ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ଅନ୍ତିମ ସଂସ୍କାର କରାଯାଇଛି। ମୃତକଙ୍କ ପରିବାର ଗରିବ ଶ୍ରେଣୀର ହୋଇଥିବାରୁ ବି.ତୁରୁବୁଡ଼ି ସରପଞ୍ଚ ଲିଙ୍ଗରାଜ ଦୋରାଙ୍କ ସମେତ ବହୁ ସଂଖ୍ୟକ ଗ୍ରାମବାସୀ ସେମାନଙ୍କୁ ସରକାରୀ ସହାୟତା ଯୋଗାଇଦେବା ପାଇଁ ସ୍ଥାନୀୟ ତହସିଲଦାର ଅନୀତା କୁମାରୀ ସାହୁଙ୍କ ସହିତ ଆଲୋଚନା କରିଥିଲେ।

The post ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ appeared first on Dharitri Odia News.