ଘଟଗାଁରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା’ ତାରିଣୀଙ୍କ ପୀଠ ହେବ…

କେନ୍ଦୁଝର,୨୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖମନ୍ତ୍ରୀ ମୋହନ ଚରଣ ମାଝି ରବିବାର କେନ୍ଦୁଝର ଗସ୍ତରେ ଆସିଥିବା ବେଳେ ମା’ ତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା କରିବା ସହ ଏହାର ଚତୁଃପାର୍ଶ୍ୱ ବୁଲି ଦେଖିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏବେ ମା’ଙ୍କ ପୀଠରେ ୫୦ କୋଟି ଟଙ୍କାର କାମ ଚାଲିଛି। ମାତ୍ର ଏହା ପୀଠର ବିକାଶ ପାଇଁ ପର୍ଯ୍ୟାପ୍ତ ନୁହେଁ। ଏନେଇ ଆଉ ୫୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିବା ସହ […] The post ଘଟଗାଁରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା’ ତାରିଣୀଙ୍କ ପୀଠ ହେବ… appeared first on Dharitri Odia News.

ଘଟଗାଁରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା’ ତାରିଣୀଙ୍କ ପୀଠ ହେବ…

କେନ୍ଦୁଝର,୨୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖମନ୍ତ୍ରୀ ମୋହନ ଚରଣ ମାଝି ରବିବାର କେନ୍ଦୁଝର ଗସ୍ତରେ ଆସିଥିବା ବେଳେ ମା’ ତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା କରିବା ସହ ଏହାର ଚତୁଃପାର୍ଶ୍ୱ ବୁଲି ଦେଖିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏବେ ମା’ଙ୍କ ପୀଠରେ ୫୦ କୋଟି ଟଙ୍କାର କାମ ଚାଲିଛି। ମାତ୍ର ଏହା ପୀଠର ବିକାଶ ପାଇଁ ପର୍ଯ୍ୟାପ୍ତ ନୁହେଁ। ଏନେଇ ଆଉ ୫୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିବା ସହ ମା’ଙ୍କ ପୀଠକୁ ଜାତୀୟ ପର୍ଯ୍ୟଟନସ୍ଥଳୀ ମାନ୍ୟତା ପାଇଁ କେନ୍ଦ୍ରକୁ ଅନୁରୋଧ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରବିବାର ପ୍ରଥମ ଥର ପାଇଁ ମୋହନ କେନ୍ଦୁଝର ଜିଲା ତଥା ନିଜ ଜନ୍ମ ମାଟି ଗସ୍ତ କରିଛନ୍ତି। ଏନେଇ କେନ୍ଦୁଝର ସହର ମଣ୍ଡୁଆସ୍ଥିତ ତାଙ୍କ ଘର ଆଗରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ଘଟଗାଁ, କେନ୍ଦୁଝର, ତାଙ୍କ ଗ୍ରାମ ରାଇକଳା ଓ ଝୁମ୍ପୁରାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

The post ଘଟଗାଁରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା’ ତାରିଣୀଙ୍କ ପୀଠ ହେବ… appeared first on Dharitri Odia News.