ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୭:ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ  ଅବପାତରେ ପରିଣତ ହେବା ପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ବିଭିନ୍ନ ଜିଲାରେ ଜଳବନ୍ଦୀ ସମସ୍ୟା ଦେଖାଦେଇଥିବାବେଳେ ଜନଜୀବନ ପ୍ରଭାବିତ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ, ରାଜ୍ୟରେ ଆସନ୍ତା ୨୮ ତାରିଖ ଯାଏ ପ୍ରବଳ ବର୍ଷା ଲାଗିରହିବ। ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜକୁ ରେଡ୍‌ ଓ୍ବାର୍ନିଂ ଜାରି […] The post ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ରେଡ୍‌ ଓ୍ବାର୍ନିଂ ଜାରି appeared first on Dharitri Odia News.

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୭:ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ  ଅବପାତରେ ପରିଣତ ହେବା ପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ବିଭିନ୍ନ ଜିଲାରେ ଜଳବନ୍ଦୀ ସମସ୍ୟା ଦେଖାଦେଇଥିବାବେଳେ ଜନଜୀବନ ପ୍ରଭାବିତ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ, ରାଜ୍ୟରେ ଆସନ୍ତା ୨୮ ତାରିଖ ଯାଏ ପ୍ରବଳ ବର୍ଷା ଲାଗିରହିବ। ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼କୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏହି ୧୦ ଜିଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶୁକ୍ରବାର ବାରିପଦାରେ ସର୍ବାଧିକ ୧୩୦ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଜଗତ୍‌ସିଂହପୁରରେ ୮୪ ମିମି, ସୋନପୁରରେ ୪୧.୦ ମିମି, ବଲାଙ୍ଗୀରରେ ୨୭ ମିମି, ନୂଆପଡ଼ାରେ ୨୩.୬ ମିମି, ଝାରସୁଗୁଡ଼ାରେ ୧୬.୪ ମିମି, ସୁନ୍ଦରଗଡ଼ରେ ୧୫.୬ ମିମି, କୋରାପୁଟରେ ୧୧.୨ ମିମି, ବାଲେଶ୍ୱରରେ ୧୧.୧ ମିମି, ରାଉରକେଲାରେ ୮.୬ ମିମି, ଚାନ୍ଦବାଲିରେ ୮.୪ ମିମି ଏବଂ ଢେଙ୍କାନାଳରେ ୮.୨ ମିମି ବର୍ଷା ହୋଇଛି। କଟକ, ଭୁବନେଶ୍ୱର, ପୁରୀ ସମେତ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ଦିନ ସାରା ବର୍ଷା ଲାଗି ରହିଥିବା ସୂଚନା ଦିଆଯାଇଛି।

The post ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ରେଡ୍‌ ଓ୍ବାର୍ନିଂ ଜାରି appeared first on Dharitri Odia News.