ଘଡ଼ଘଡି ସହ ହେବ ପ୍ରବଳ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ
ଭୁବନେଶ୍ୱର,୨୮।୧୦: ଉପକୂଳବର୍ତ୍ତୀ ଓଡିଶା ଉପରେ ଊର୍ଦ୍ଧ୍ୱ ବାୟୁ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗରେ ଅଗ୍ରସର ହେଉଛିି। ଏହି କ୍ରମରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ଅନଭୂତ ହୋଇଛି। ସୋମବାର ପାରିପାଗ ବିଭାଗ ପକ୍ଷରୁ ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଦିଆଯାଇଛି। ଏହି ଜିଲାଗୁଡିକ ହେଉଛି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଞ୍ଜାମ, ଗଜପତି। ଏସବୁ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା […] The post ଘଡ଼ଘଡି ସହ ହେବ ପ୍ରବଳ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ appeared first on Dharitri Odia News.
ଭୁବନେଶ୍ୱର,୨୮।୧୦: ଉପକୂଳବର୍ତ୍ତୀ ଓଡିଶା ଉପରେ ଊର୍ଦ୍ଧ୍ୱ ବାୟୁ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗରେ ଅଗ୍ରସର ହେଉଛିି। ଏହି କ୍ରମରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ଅନଭୂତ ହୋଇଛି। ସୋମବାର ପାରିପାଗ ବିଭାଗ ପକ୍ଷରୁ ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଦିଆଯାଇଛି। ଏହି ଜିଲାଗୁଡିକ ହେଉଛି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଞ୍ଜାମ, ଗଜପତି। ଏସବୁ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ଏହି ଓ୍ବାର୍ଣ୍ଣି ବଳବତ୍ତର ରହିବ।
ସୂଚନାଯୋଗ୍ୟ, ଉତ୍ତର ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବାଧିକ ତାପମାତ୍ରାର ହ୍ରାସ ଘଟିଥିବାର ଦେଖାଯାଇଛି। ଉତ୍ତର ଉପକୂଳ ଓଡିଶାର ଜିଲାର କିଛି ସ୍ଥାନରେ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ରହିଛି। ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଏବଂ ଆଭ୍ୟନ୍ତରୀଣ ଓଡିଶାର ଏକ କିମ୍ବା ଦୁଇଟି ସ୍ଥାନରେ ତାପମାତ୍ରା ସ୍ବାଭାବିକଠାରୁ କମ ଥିବାବେଳେ ଅନ୍ୟ କିଛି ସ୍ଥାନରେ ସେମାନେ ସ୍ବାଭାବିକଠାରୁ କମ ତାପମାତ୍ରା ରେକର୍ଡ କରାଯାଇଛି। ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରାର ଯଥେଷ୍ଟ ବୃଦ୍ଧି ହୋଇଥିବାବେଳେ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ପାଣିପାଗରେ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିନାହିଁ।
The post ଘଡ଼ଘଡି ସହ ହେବ ପ୍ରବଳ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ appeared first on Dharitri Odia News.