ଘର ସମ୍ମୁଖରେ ପଡ଼ି ବୁଜିଦେଲେ ଆଖି

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ ): ଭଞ୍ଜନଗର ଥାନା ଅନ୍ତର୍ଗତ ବିରିକୋଟର ବାଳକୃଷ୍ଣ ପାତ୍ର( ୪୦) ମଙ୍ଗଳବାର ନିଜ ଘର ସମ୍ମୁଖରେ ଅସାବଧାନତା ବଶତଃ ଝୁଣ୍ଟି ପଡିବାରୁ ଗୁରୁତର ଭାବେ ଆହତ ହୋଇଥିଲେ। ଏହାପରେ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଆଣିଥିଲେ। ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଭଞ୍ଜନଗର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲ ପଠାଇଦେଇଛି। ଏ ନେଇ ଥାନାରେ ୮/୨୫ ରେ ଏକ […] The post ଘର ସମ୍ମୁଖରେ ପଡ଼ି ବୁଜିଦେଲେ ଆଖି appeared first on Dharitri Odia News.

ଘର ସମ୍ମୁଖରେ ପଡ଼ି ବୁଜିଦେଲେ ଆଖି

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ ): ଭଞ୍ଜନଗର ଥାନା ଅନ୍ତର୍ଗତ ବିରିକୋଟର ବାଳକୃଷ୍ଣ ପାତ୍ର( ୪୦) ମଙ୍ଗଳବାର ନିଜ ଘର ସମ୍ମୁଖରେ ଅସାବଧାନତା ବଶତଃ ଝୁଣ୍ଟି ପଡିବାରୁ ଗୁରୁତର ଭାବେ ଆହତ ହୋଇଥିଲେ। ଏହାପରେ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଆଣିଥିଲେ। ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଭଞ୍ଜନଗର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲ ପଠାଇଦେଇଛି। ଏ ନେଇ
ଥାନାରେ ୮/୨୫ ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହେଇଛି । ଏଥିସହ ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି। ଘଟଣାରୁ ପ୍ରକାଶ ଯେ ବାଳକୃଷ୍ଣ କୈଣସି କାମରେ ବାହାରକୁ ଯାଇଥିଲେ । ଅପରାହ୍ନରେ ସେ ଘରକୁ ଫେରିବା ସମୟରେ ଘର ସମ୍ମୁଖରେ ହଠାତ୍‌ ପଡି ଯାଇଥିଲେ ।

The post ଘର ସମ୍ମୁଖରେ ପଡ଼ି ବୁଜିଦେଲେ ଆଖି appeared first on Dharitri Odia News.