ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର

ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗ୍ରାମର ଗଣେଶ ମଣ୍ଡଳ ଓ ଆସୁ ମଣ୍ଡଳ। ତେବେ ଗୁରୁତର ଅବସ୍ଥାରେ ମା’ ତୁଳସୀ ମଣ୍ଡଳଙ୍କୁ ଦାନଗଦି ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ମୁତାବକ, ଘରେ ବିଦ୍ୟୁତ୍‌ ମରାମତି ଚାଲିଥିବା ବେଳେ […] The post ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର appeared first on Dharitri Odia News.

ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର

ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗ୍ରାମର ଗଣେଶ ମଣ୍ଡଳ ଓ ଆସୁ ମଣ୍ଡଳ। ତେବେ ଗୁରୁତର ଅବସ୍ଥାରେ ମା’ ତୁଳସୀ ମଣ୍ଡଳଙ୍କୁ ଦାନଗଦି ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ଘରେ ବିଦ୍ୟୁତ୍‌ ମରାମତି ଚାଲିଥିବା ବେଳେ ଏହି ଅଘଟଣ ଘଟିଛି। ବିଦ୍ୟୁତ୍‌ ମରାମତି କରୁଥିବା ସମୟରେ ପ୍ରଥମେ ପୁଅ ଆସୁଙ୍କୁ ବିଦ୍ୟୁତ ଆଘାତ ଲାଗିଥିଲା। ଏହା ଦେଖି ବାପା ଓ ମା’ ପୁଅଙ୍କୁ ବଞ୍ଚାଇବାକୁ ଉଦ୍ୟମ କରିଥିଲେ। ହେଲେ ପୁଅକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ ଆଘାତରେ ବାପା ଗଣେଶଙ୍କର ମୃତ୍ୟୁ ହୋଇଛି। ସେହିଭଳି ମା’ ତୁଳସୀ ଗୁରୁତର ହୋଇଛନ୍ତି। ଏହି ଘଟଣାକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

The post ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର appeared first on Dharitri Odia News.