ଘାଟିରେ ଦୁର୍ଘଟଣାଗ୍ରସ୍ତ ହେଲା ଯାତ୍ରୀବାହୀ ବସ୍, ୨୦ରୁ ଅଧିକ ଆହତ
ମୋହନା: ଘାଟିରେ ଦୁର୍ଘଟଣାଗ୍ରସ୍ତ ହେଲା ଯାତ୍ରୀବାହୀ ବସ୍। ଏଥିରେ ୨୦ରୁ ଅଧିକ ଆହତ ହୋଇଥିବାବେଳେ, ୪ ଜଣ ଗୁରୁତର ଅଛନ୍ତି। ଦୁର୍ଘଟଣା ଘଟିଛି ରାୟଗଡ଼ ଥାନା ଅନ୍ତର୍ଗତ ମାର୍ଲବା ଘାଟିରେ।ସୂଚନା ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ବ୍ରହ୍ମପୁରରୁ ପାରଳାଖେମୁଣ୍ଡି ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍ ମାର୍ଲବା ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ଟି ଘାଟିରୁ ଓହ୍ଲାଉଥିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବାବେଳେ ୪ ଜଣ ଗୁରୁତର ଅଛନ୍ତି। ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି ରଖିଥିବାବେଳେ ଆହତଙ୍କୁ ଉଦ୍ଧାର କରାଯାଇ ନୂଆପଡ଼ା ବି.ଖଜୁରିଆପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ମୋହନା: ଘାଟିରେ ଦୁର୍ଘଟଣାଗ୍ରସ୍ତ ହେଲା ଯାତ୍ରୀବାହୀ ବସ୍। ଏଥିରେ ୨୦ରୁ ଅଧିକ ଆହତ ହୋଇଥିବାବେଳେ, ୪ ଜଣ ଗୁରୁତର ଅଛନ୍ତି। ଦୁର୍ଘଟଣା ଘଟିଛି ରାୟଗଡ଼ ଥାନା ଅନ୍ତର୍ଗତ ମାର୍ଲବା ଘାଟିରେ।
ସୂଚନା ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ବ୍ରହ୍ମପୁରରୁ ପାରଳାଖେମୁଣ୍ଡି ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍ ମାର୍ଲବା ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ଟି ଘାଟିରୁ ଓହ୍ଲାଉଥିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବାବେଳେ ୪ ଜଣ ଗୁରୁତର ଅଛନ୍ତି। ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି ରଖିଥିବାବେଳେ ଆହତଙ୍କୁ ଉଦ୍ଧାର କରାଯାଇ ନୂଆପଡ଼ା ବି.ଖଜୁରିଆପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।