ଘୁର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ସକ୍ରିୟ,୭ ଦିନ ଲାଗି ରହିବ ବର୍ଷା

ଭୁବନେଶ୍ୱର : ଫେରିଲା ମୌସୁମୀ । ଆଜିଠୁ ତାପମାତ୍ରା ସହ କମିବ ଗୁଳୁଗୁଳି । ଘୁର୍ଣ୍ଣିବଳୟ ପ୍ରଭାବରେ ଆଗକୁ ୭ ଦିନ ଧରି ରାଜ୍ୟରେ କିଛି ଜିଲ୍ଲାରେ ଜାରି ରହିବ ବର୍ଷା । ଆସନ୍ତା ୧୪ ତାରିଖ ପରେ ରାଜ୍ୟର ଅନେକ ଜିଲ୍ଲାରେ ମୌସୁମୀ ଜନିତ ପ୍ରବଳ ବର୍ଷା ହେବା ନେଇ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ୪ ଦିନ ପାଇଁ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ନେଇ ସତର୍କତା […]

ଘୁର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ସକ୍ରିୟ,୭ ଦିନ ଲାଗି ରହିବ ବର୍ଷା
ଘୁର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ସକ୍ରିୟ,୭ ଦିନ ଲାଗି ରହିବ ବର୍ଷା

ଭୁବନେଶ୍ୱର : ଫେରିଲା ମୌସୁମୀ । ଆଜିଠୁ ତାପମାତ୍ରା ସହ କମିବ ଗୁଳୁଗୁଳି । ଘୁର୍ଣ୍ଣିବଳୟ ପ୍ରଭାବରେ ଆଗକୁ ୭ ଦିନ ଧରି ରାଜ୍ୟରେ କିଛି ଜିଲ୍ଲାରେ ଜାରି ରହିବ ବର୍ଷା । ଆସନ୍ତା ୧୪ ତାରିଖ ପରେ ରାଜ୍ୟର ଅନେକ ଜିଲ୍ଲାରେ ମୌସୁମୀ ଜନିତ ପ୍ରବଳ ବର୍ଷା ହେବା ନେଇ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ୪ ଦିନ ପାଇଁ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ନେଇ ସତର୍କତା ଅବଲମ୍ବନ କରିବାକୁ ସୂଚନା ଦେଇଛି ବିଭାଗ ।

ପାଣିପାଗ ବିଭାଗ ପକ୍ଷରୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୭ଟି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ଏହି ଅଞ୍ଚଳରେ ବିଜୁଳି ଓ ୪୦ରୁ ୫୦ କିଲୋମିଟର ବେଗରେ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ଅନ୍ୟ ୧୯ଟି ଜିଲ୍ଲାକୁ ହାଲୁକାରୁ ମଧ୍ୟମ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

ସେହିପରି ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟର ଗୋଟେ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ଝଟକା ପବନ ବି ବହିପାରେ । ମୟୂରଭଞ୍ଜ, ବାଲେଶ୍ବର, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ସହିତ ଅନ୍ୟ ବାକି ଜିଲ୍ଲା ମାନଙ୍କରେ ବଜ୍ରପାତ ନେଇ ସତର୍କ କରାଇଛି ପାଣିପାଗ ବିଭାଗ ।