ଘୋଷଯାତ୍ରାର ପଞ୍ଚମ ଦିନ, ଗୁରୁବାର ହେରାପଞ୍ଚମୀ ନୀତି

ପୁରୀ ୧୧।୦୭: ଆଜି ହେରାପଞ୍ଚମୀ। ଘୋଷଯାତ୍ରାର ଆଜି ହେଉଛି ପଞ୍ଚମ ଦିବସ। ଭକ୍ତଙ୍କ ଗହଣରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଗୁଣ୍ତିଚ ମନ୍ଦିର ଜନ୍ମ ବେଦୀକୁ ଆସିଛନ୍ତି। ବୁଧବାର ଯଜ୍ଞ ମଣ୍ତପରେ ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର ଗୁପ୍ତ ନୀତି ସଂପନ୍ନ ହେବା ପରେ ଆଜି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ହେରାପଞ୍ଚମୀ ନୀତି ପାଇଁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପାଳିଆ ମହାଜନ ମା ମହାଲକ୍ଷ୍ମୀଙ୍କୁ ମାଜଣା କରିବା ସହ ପାଟଶାଢ଼ୀ, ଅଳଙ୍କାର ବେଶ କରାଇ ସାରିବା ପରେ ପୂଜାପଣ୍ତା ସେବକ ପନ୍ତି ଭୋଗ କରିବେ। ଘଣ୍ଟ, ଛତା, ପଟୁଆରରେ ମା ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ବଡ଼ଦାଣ୍ତ ଦେଇ ଗୁଣ୍ତିଚା ମନ୍ଦିର ସମ୍ମୁଖରେ ଥିବା ପ୍ରଭୁ ଶ୍ରୀଜଗନ୍ନାଥଙ୍କର ନନ୍ଦିଘୋଷ ରଥ ଭାଙ୍ଗିବା ପରେ ମନ୍ଦିର ଭିତରକୁ ଯାଇ ପ୍ରଭୁଙ୍କୁ ସାକ୍ଷାତ କରିବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ। ତେବେ ମହାପ୍ରଭୁଙ୍କର ଏହି ମାନବୀୟ ଲୀଳାରେ ସାମିଲ ହେବା ପାଇଁ ପ୍ରତିଟି ଭକ୍ତ ଚାହିଁ ରହିଛନ୍ତି।  

ଘୋଷଯାତ୍ରାର ପଞ୍ଚମ ଦିନ, ଗୁରୁବାର ହେରାପଞ୍ଚମୀ ନୀତି

ପୁରୀ ୧୧।୦୭: ଆଜି ହେରାପଞ୍ଚମୀ। ଘୋଷଯାତ୍ରାର ଆଜି ହେଉଛି ପଞ୍ଚମ ଦିବସ। ଭକ୍ତଙ୍କ ଗହଣରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଗୁଣ୍ତିଚ ମନ୍ଦିର ଜନ୍ମ ବେଦୀକୁ ଆସିଛନ୍ତି। 

ବୁଧବାର ଯଜ୍ଞ ମଣ୍ତପରେ ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର ଗୁପ୍ତ ନୀତି ସଂପନ୍ନ ହେବା ପରେ ଆଜି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ହେରାପଞ୍ଚମୀ ନୀତି ପାଇଁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପାଳିଆ ମହାଜନ ମା ମହାଲକ୍ଷ୍ମୀଙ୍କୁ ମାଜଣା କରିବା ସହ ପାଟଶାଢ଼ୀ, ଅଳଙ୍କାର ବେଶ କରାଇ ସାରିବା ପରେ ପୂଜାପଣ୍ତା ସେବକ ପନ୍ତି ଭୋଗ କରିବେ। ଘଣ୍ଟ, ଛତା, ପଟୁଆରରେ ମା ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ବଡ଼ଦାଣ୍ତ ଦେଇ ଗୁଣ୍ତିଚା ମନ୍ଦିର ସମ୍ମୁଖରେ ଥିବା ପ୍ରଭୁ ଶ୍ରୀଜଗନ୍ନାଥଙ୍କର ନନ୍ଦିଘୋଷ ରଥ ଭାଙ୍ଗିବା ପରେ ମନ୍ଦିର ଭିତରକୁ ଯାଇ ପ୍ରଭୁଙ୍କୁ ସାକ୍ଷାତ କରିବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ। ତେବେ ମହାପ୍ରଭୁଙ୍କର ଏହି ମାନବୀୟ ଲୀଳାରେ ସାମିଲ ହେବା ପାଇଁ ପ୍ରତିଟି ଭକ୍ତ ଚାହିଁ ରହିଛନ୍ତି।