ଚଡ଼କ ମେଳାରେ ଅଘଟଣ
ଜଳେଶ୍ୱର,୧୨।୪(ନବୀନ ସାହୁ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବାବା ଚନ୍ଦନେଶ୍ୱରଙ୍କ ଚଡ଼କ ଯାତ୍ରାରେ ଜଣେ ବତ୍ରଧାରୀ ମହିଳାଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଶ୍ରଦ୍ଧାଳୁ ଗୁରୁତର ହୋଇଛନ୍ତି । ମୃତ ମହିଳାଙ୍କ ବୟସ ୪୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ତାଙ୍କ ଘର ପଶ୍ଚିମବଙ୍ଗରେ ବୋଲି ଜଣାପଡିଛି। ସେ ହଠାତ୍ ଅସୁସ୍ଥ ହୋଇପଡିଥିଲେ। ଯାତ୍ରାରେ ନିୟୋଜିତ ସ୍ବାସ୍ଥ୍ୟକର୍ମୀ ତାଙ୍କୁ ଉଦ୍ଧାର କରି ଚିକିତ୍ସା କରିଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା […] The post ଚଡ଼କ ମେଳାରେ ଅଘଟଣ appeared first on Dharitri Odia News.
ଜଳେଶ୍ୱର,୧୨।୪(ନବୀନ ସାହୁ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବାବା ଚନ୍ଦନେଶ୍ୱରଙ୍କ ଚଡ଼କ ଯାତ୍ରାରେ ଜଣେ ବତ୍ରଧାରୀ ମହିଳାଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଶ୍ରଦ୍ଧାଳୁ ଗୁରୁତର ହୋଇଛନ୍ତି । ମୃତ ମହିଳାଙ୍କ ବୟସ ୪୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ତାଙ୍କ ଘର ପଶ୍ଚିମବଙ୍ଗରେ ବୋଲି ଜଣାପଡିଛି। ସେ ହଠାତ୍ ଅସୁସ୍ଥ ହୋଇପଡିଥିଲେ। ଯାତ୍ରାରେ ନିୟୋଜିତ ସ୍ବାସ୍ଥ୍ୟକର୍ମୀ ତାଙ୍କୁ ଉଦ୍ଧାର କରି ଚିକିତ୍ସା କରିଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି।
ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ ଚିକିତ୍ସା କରାଯାଉଛି । ଶୁକ୍ରବାର ଚନ୍ଦନେଶ୍ୱର ମହାଦେବଙ୍କ ଚଡ଼କ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିବା ବେଳେ ଆଜି ବାବାଙ୍କ ଶେଷ ଅର୍ଘ୍ୟ।
The post ଚଡ଼କ ମେଳାରେ ଅଘଟଣ appeared first on Dharitri Odia News.