ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ, ଓଡିଶାର ୪ ଲୋକସଭା ଆସନରେ ଆସନ୍ତା ୧୩ରେ ଭୋଟ୍
ଭୁବନେଶ୍ବର ୧୮।୪: ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଦେଶରେ ଚତୁର୍ଥ ଏବଂ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶା ସମେତ ୯ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପର୍ଯ୍ୟାୟରେ ମୋଟ୍ ୯୬ଟି ଲୋକସଭା ଆସନରେ ମତଦାନ ହେବ । ଏ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।ତେବେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମେ’ ୧୩ରେ ଭୋଟ୍ ଗ୍ରହଣ ହେବ। ଏଥିପାଇଁ ଆଜିଠାରୁ ନାମାଙ୍କନ ପତ୍ର ଦାଖଲ କରାଯିବ। ୨୫ ଏପ୍ରିଲରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ସେହିପରି ୨୬ ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ୨୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ରାଜ୍ୟର ୪ ସଂସଦୀୟ କ୍ଷେତ୍ର, ୨୮ ବିଧାନସଭା ଭୋଟ୍ ପଡ଼ିବ। ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଭୋଟିଂ ହେବ।ସୂଚନାଯୋଗ୍ୟ ଯେ, ଓଡିଶାରେ ପ୍ରଥମ ପର୍ଯ୍ୟାୟରେ ନୂଆପଡ଼ା, ଖରିଆର, ଲାଞ୍ଜିଗଡ, ଜୁନାଗଡ, ଧର୍ମଗଡ, ଭବାନୀପାଟଣା, ନର୍ଲା, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡା ବିଧାନସଭା ଆସନରେ ଭୋଟ୍ ଗ୍ରହଣ କରାଯିବ । ଏହାସହ ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣ
ଭୁବନେଶ୍ବର ୧୮।୪: ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଦେଶରେ ଚତୁର୍ଥ ଏବଂ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶା ସମେତ ୯ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପର୍ଯ୍ୟାୟରେ ମୋଟ୍ ୯୬ଟି ଲୋକସଭା ଆସନରେ ମତଦାନ ହେବ । ଏ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ତେବେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମେ’ ୧୩ରେ ଭୋଟ୍ ଗ୍ରହଣ ହେବ। ଏଥିପାଇଁ ଆଜିଠାରୁ ନାମାଙ୍କନ ପତ୍ର ଦାଖଲ କରାଯିବ। ୨୫ ଏପ୍ରିଲରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ସେହିପରି ୨୬ ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ୨୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ରାଜ୍ୟର ୪ ସଂସଦୀୟ କ୍ଷେତ୍ର, ୨୮ ବିଧାନସଭା ଭୋଟ୍ ପଡ଼ିବ। ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଭୋଟିଂ ହେବ।
ସୂଚନାଯୋଗ୍ୟ ଯେ, ଓଡିଶାରେ ପ୍ରଥମ ପର୍ଯ୍ୟାୟରେ ନୂଆପଡ଼ା, ଖରିଆର, ଲାଞ୍ଜିଗଡ, ଜୁନାଗଡ, ଧର୍ମଗଡ, ଭବାନୀପାଟଣା, ନର୍ଲା, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡା ବିଧାନସଭା ଆସନରେ ଭୋଟ୍ ଗ୍ରହଣ କରାଯିବ । ଏହାସହ ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣୁପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, ଜୟପୁର, କୋରାପୁଟ, ପଟ୍ଟାଙ୍ଗୀରେ ମଧ୍ୟ ଭୋଟେ ଦେବେ ଭୋଟର ।
ସେପଟେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ବିଜେପି ଏଯାଏ କୋରାପୁଟ ଲୋକସଭା ଅନ୍ତର୍ଗତ ଜୟପୁର ବିଧାନସଭା ଆସନ ପାଇଁ ଯୋଦ୍ଧା ସ୍ଥିର କରିନି । ସେହିଭଳି କଂଗ୍ରେସ ମଧ୍ୟ ବ୍ରହ୍ମପୁର ଲୋକସଭା ଅନ୍ତର୍ଗତ ଛତ୍ରପୁର ଓ ଗୋପାଳପୁର ଆସନ ପାଇଁ ମଧ୍ୟ ପ୍ରାର୍ଥୀ ଘୋଷଣା କରିନି ।
You Can Read :
ସାଂସଦ ଏବଂ ବିଧାୟକ ପ୍ରାର୍ଥୀଙ୍କ ନିଆରା ପ୍ରଚାର : ପାର୍କରେ ଖେଳୁଛନ୍ତି, ଆଉ ଲୋକଙ୍କ ସମସ୍ୟା ବୁଝୁଛନ୍ତି