ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ କଡାକଡି ହେଲା ସୁରକ୍ଷା ବ୍ୟବସ୍ଥା, ନିୟୋଜିତ ହେବେ ୩୬ହଜାର ପୋଲିସ ଫୋର୍ସ

ଭୁବନେଶ୍ୱର,୩୧।୫: ଓଡ଼ିଶାରେ ଅନୁଷ୍ଠିତ ହେବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ । ଚତୁର୍ଥ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟରେ ୬ ଲୋକ ସଭା ଓ ୪୨ ବିଧାନସଭା ଆସନରେ ଶନିବାର ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ ବିଶେଷ ଭାବେ ହିଂସାକାଣ୍ଡକୁ ନଜର ରଖାଯାଇଛି ବୋଲି କହିଛନ୍ତି ପୋଲିସ ଡିଜି ଅରୁଣ ଷଡଙ୍ଗୀ । ପ୍ରେସମିଟ୍‌ କରି ଡିଜି କହିଛନ୍ତି, ପ୍ରଥମ ଥର ପାଇଁ ୨୫ ବର୍ଷ ପରେ ମାଓବାଦୀ ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ହୋଇଛି । […] The post ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ କଡାକଡି ହେଲା ସୁରକ୍ଷା ବ୍ୟବସ୍ଥା, ନିୟୋଜିତ ହେବେ ୩୬ହଜାର ପୋଲିସ ଫୋର୍ସ appeared first on Dharitri Odia News.

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ କଡାକଡି ହେଲା ସୁରକ୍ଷା ବ୍ୟବସ୍ଥା, ନିୟୋଜିତ ହେବେ ୩୬ହଜାର ପୋଲିସ ଫୋର୍ସ

ଭୁବନେଶ୍ୱର,୩୧।୫: ଓଡ଼ିଶାରେ ଅନୁଷ୍ଠିତ ହେବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ । ଚତୁର୍ଥ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟରେ ୬ ଲୋକ ସଭା ଓ ୪୨ ବିଧାନସଭା ଆସନରେ ଶନିବାର ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ ବିଶେଷ ଭାବେ ହିଂସାକାଣ୍ଡକୁ ନଜର ରଖାଯାଇଛି ବୋଲି କହିଛନ୍ତି ପୋଲିସ ଡିଜି ଅରୁଣ ଷଡଙ୍ଗୀ । ପ୍ରେସମିଟ୍‌ କରି ଡିଜି କହିଛନ୍ତି, ପ୍ରଥମ ଥର ପାଇଁ ୨୫ ବର୍ଷ ପରେ ମାଓବାଦୀ ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ହୋଇଛି । ଏଥର ୧୦ ହଜାର ୮୮୨ ଟି ବୁଥ ଅଛି। ଏହା ଭିତରେ ୨୧ ପ୍ରତିଶତ ବୁଥ ସମ୍ବେଦନଶୀଳ । ୩୬ ହଜାର ପୋଲିସ ଫୋର୍ସ ଏହି ନିର୍ବାଚନରେ ନିୟୋଜିତ ହେବେ। ୧୨୬ କମ୍ପାନୀ ଅର୍ଦ୍ଧ ସାମରିକ ବାହିନୀ , ୮୬ ପ୍ଲାଟୁନ ଓଡିଶା ଆର୍ମ ପୋଲିସ ରହିବେ । ବୁଥ ତଦାରଖ ପାଇଁ ୮୪୩ ଟି ମୋବାଇଲ ପେଟ୍ରୋଲିଂ ପାର୍ଟି କାମ କରୁଛି । ଜିପିଏସ ଜରିଆରେ କଣ୍ଟ୍ରୋଲ ରୁମକୁ ମନିଟର କରିବ ପେଟ୍ରୋଲିଂ ପାର୍ଟି ।

ଅନ୍ୟପଟେ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଏସଡିପିଓ ଓ ଡିଏସପି ଦାୟିତ୍ୱରେ ରହିବେ । ସମ୍ବେଦନଶୀଳ ସ୍ଥାନରେ କୁଇକ ଆକ୍ସନ ଟିମ କାମ କରିବ । ସମ୍ବେଦନଶୀଳ ବୁଥରେ ଅର୍ଦ୍ଧ ସାମରିକ ବାହିନୀ ମୁତୟନ ହୋଇଛି । ଆଇନ ଶୃଙ୍ଖଳା ରକ୍ଷା ଓ ନିର୍ବାଚନ ପରିଚାଳନା ପାଇଁ ଜିଲା ସୀମାରେ ଥିବା ୨୧ ଟି ବର୍ଡର ଚେକ ପୋଷ୍ଟ ରେ କଡାକଡି ଚେକିଂ ଚାଲିଛି। ସୀମାବର୍ତ୍ତି ଚେକ ପୋଷ୍ଟ ରେ ସମସ୍ତ ଯାନବାହନକୁ ଚେକିଂ କରାଯାଉଛି । ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ମୁତାବକ ୨୫୫ ଟି ଫ୍ଲାଇଁ ସ୍କାର୍ଡ ବୁଲୁଛି। ଏହା ବ୍ୟତୀତ ୨୫୫ ଟି ଷ୍ଟାଟିକ ସର୍ଭେଲାନ୍ସ ଟିମ ପରିଭ୍ରମଣ କରୁଛି । ଏହି ୧୩ ଟି ସ୍ଥାନରେ ଇଭିଏମ ଷ୍ଟ୍ରଙ୍ଗ ରୁମ ରହିଛି । ସେଠାରେ ମଧ୍ୟ ଇନର କାର୍ଡନ ଦାୟିତ୍ୱରେ ଅର୍ଦ୍ଧ ସାମରିକ ବାହିନୀ କାମ କରିବ । ଆଉଟର କର୍ଡନ ଦାୟିତ୍ୱରେ ଓଡିଶା ପୋଲିସ ରହିବ ।

ଅନ୍ୟପଟେ୧୧ ଜଣଙ୍କୁ ଏନଏସଏରେ ବୁକ କରାଯାଇଛି। ସ୍ପେଶାଲ ଡ୍ରାଇଭ ବଳରେ ୨୮୧ ଜଣଙ୍କ ଠାରୁ ବେଆଇନ ଅସ୍ତ୍ର ଶସ୍ତ୍ର ଜବତ କରାଯାଇଛି । ୩ଟି ବନ୍ଧୁକ ତିଆରି ସ୍ଥାନ ଠାବ କରାଯାଇଛି । ୬ ଲକ୍ଷ ଲିଟର ମଦ ଜବତ କରାଯାଇଛି। ୨୬ ହଜାରରୁ ଅଧିକ ଏନଡିପିଏସ କେସ ହୋଇଛି। ୮୬୦ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି । ୫ ହଜାର ଏକର ଜମିରୁ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ୫ କେଜି ବ୍ରାଉନସୁଗର କରାଯାଇଛି । ସମୁଦାୟ ନିଶା ସାମଗ୍ରୀ ନଗତ ଟଙ୍କା ଜବତ ମୂଲ୍ୟ ଆନୁମାନିକ ୮୯ କୋଟି ହେବ । ଏସଏସଟି ପକ୍ଷରୁ ଚଢ଼ାଉ କରାଯାଇ ଗାଡି ଭିତରୁ ୬.୨୯ କୋଟିରୁ ଅଧିକ ଟଙ୍କା ବିଭିନ୍ନ ସ୍ଥାନରୁ ଜବତ କରାଯାଇଛି । ସୋସିଆଲ ମିଡିଆ ମନିଟରିଂ ସେଲ ଗଠନ କରାଯାଇ ଆପତ୍ତିଜନକ ପୋଷ୍ଟ ହଟାଯାଇଛି । ଅଭିଯୁକ୍ତଙ୍କ ବିରୋଧରେ କେସ ରୁଜୁ ହୋଇଛି । ଅବାଧ, ମୁକ୍ତ, ନିରପେକ୍ଷ ନିର୍ବାଚନ ପାଇଁ ଓଡିଶା ପୋଲିସ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ପୋଲିସ ଡିଜିପି ।

The post ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ କଡାକଡି ହେଲା ସୁରକ୍ଷା ବ୍ୟବସ୍ଥା, ନିୟୋଜିତ ହେବେ ୩୬ହଜାର ପୋଲିସ ଫୋର୍ସ appeared first on Dharitri Odia News.