ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀରେ ବାଣ ବିସ୍ଫୋରଣ ଘଟଣା : ଉଦବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯l୫: ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀ ଦେବୀଘାଟରେ ଘଟିଥିବା ଦୁର୍ଭାଗ୍ୟଜନକ ବାଣ ଦୁର୍ଘଟଣାରେ ବହୁ ଲୋକ ଆହତ ହୋଇଛନ୍ତି l ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦବେଗ ପ୍ରକାଶ କରିଛନ୍ତି l ଆହତମାନଙ୍କ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରି ତୁରନ୍ତ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ଓ ପୁରୀ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ବହନ କରାଯିବ ବୋଲି […] The post ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀରେ ବାଣ ବିସ୍ଫୋରଣ ଘଟଣା : ଉଦବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀରେ ବାଣ ବିସ୍ଫୋରଣ ଘଟଣା : ଉଦବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯l୫: ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀ ଦେବୀଘାଟରେ ଘଟିଥିବା ଦୁର୍ଭାଗ୍ୟଜନକ ବାଣ ଦୁର୍ଘଟଣାରେ ବହୁ ଲୋକ ଆହତ ହୋଇଛନ୍ତି l ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦବେଗ ପ୍ରକାଶ କରିଛନ୍ତି l
ଆହତମାନଙ୍କ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରି ତୁରନ୍ତ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ଓ ପୁରୀ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l
ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି l ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ l

The post ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀରେ ବାଣ ବିସ୍ଫୋରଣ ଘଟଣା : ଉଦବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.