ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀରେ ବାଣ ବିସ୍ଫୋରଣ ଘଟଣା : ଉଦ୍‌ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯l୫: ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀ ଦେବୀଘାଟରେ ଘଟିଥିବା ଦୁର୍ଭାଗ୍ୟଜନକ ବାଣ ଦୁର୍ଘଟଣାରେ ବହୁ ଲୋକ ଆହତ ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଆହତମାନଙ୍କ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରି ତୁରନ୍ତ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ଓ ପୁରୀ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। […] The post ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀରେ ବାଣ ବିସ୍ଫୋରଣ ଘଟଣା : ଉଦ୍‌ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀରେ ବାଣ ବିସ୍ଫୋରଣ ଘଟଣା : ଉଦ୍‌ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯l୫: ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀ ଦେବୀଘାଟରେ ଘଟିଥିବା ଦୁର୍ଭାଗ୍ୟଜନକ ବାଣ ଦୁର୍ଘଟଣାରେ ବହୁ ଲୋକ ଆହତ ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି।
ଆହତମାନଙ୍କ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରି ତୁରନ୍ତ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ଓ ପୁରୀ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

The post ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀରେ ବାଣ ବିସ୍ଫୋରଣ ଘଟଣା : ଉଦ୍‌ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.