ଚଳିତ ବର୍ଷ ଓଡ଼ିଶାର ଦୁଇ ଜଣ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର
ନୂଆଦିଲ୍ଲୀ,୨୭ା୮: ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇ ଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। କଳାହାଣ୍ଡି ଜିଲା ନର୍ଲା ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଏବଂ ରାୟଗଡ଼ା ଜିଲା ବିଲେସୁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତୀ ଚନ୍ଦ୍ର ସାହୁଙ୍କୁ ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରିବେ। ମାନ୍ୟବର ରାଷ୍ଟ୍ରପତି ସେପ୍ଟେମ୍ବର ୫, ୨୦୨୪ରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ଠାରେ ୫୦ ଜଣ ମନୋନୀତ ପୁରସ୍କାର […] The post ଚଳିତ ବର୍ଷ ଓଡ଼ିଶାର ଦୁଇ ଜଣ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର appeared first on Dharitri Odia News.
ନୂଆଦିଲ୍ଲୀ,୨୭ା୮: ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇ ଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। କଳାହାଣ୍ଡି ଜିଲା ନର୍ଲା ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଏବଂ ରାୟଗଡ଼ା ଜିଲା ବିଲେସୁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତୀ ଚନ୍ଦ୍ର ସାହୁଙ୍କୁ ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରିବେ।
ମାନ୍ୟବର ରାଷ୍ଟ୍ରପତି ସେପ୍ଟେମ୍ବର ୫, ୨୦୨୪ରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ଠାରେ ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିବେ। ପ୍ରତ୍ୟେକ ପୁରସ୍କାରରେ ମେରିଟ୍ ସାର୍ଟିଫିକେଟ୍, ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯିବ।
ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପାଇଁ ମନୋନୀତ ହୋଇଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ । କଳାହାଣ୍ଡି ଜିଲ୍ଲାର ନର୍ଲାସ୍ଥିତ ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲ୍ଲାର ବିଲେସୁସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତୀଚନ୍ଦ୍ର ସାହୁଙ୍କୁ ପୁରସ୍କାର ପ୍ରଦାନ କରିବେ ମହାମହିମ ରାଷ୍ଟ୍ରପତି । pic.twitter.com/eDMzb20tDB
— EducationOdisha (@SMEOdisha) August 27, 2024
The post ଚଳିତ ବର୍ଷ ଓଡ଼ିଶାର ଦୁଇ ଜଣ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର appeared first on Dharitri Odia News.