ଚାମ୍ପିଅନ୍ସ ଟ୍ରଫି ପାଇଁ ଘୋଷଣା ହେଲା ଭାରତୀୟ ଦଳ, ଏହି ୧୫ଖେଳାଳିଙ୍କ ଖୋଲିଲା ଭାଗ୍ୟ

ନୂଆଦିଲ୍ଲୀ,୧୮।୧:ଚାମ୍ପିଆନ୍ସ ଟ୍ରଫି ୨୦୨୫ ଫେବ୍ରୁଆରୀ ୧୯ରୁ ପାକିସ୍ତାନ ଓ ଦୁବାଇରେ ଖେଳାଯିବ । ତେବେ ଏହି ମେଗା ଟୁର୍ଣ୍ଣାମେଣ୍ଟ ପାଇଁ ଆଜି ୧୫ ଜଣିଆ ଟିମ ଘୋଷଣ କରିଛି ଭାରତ । ମୁମ୍ବାଇରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଏବଂ ଅଧିନାୟକ ରୋହିତ ଶର୍ମା ଚାମ୍ପିଅନ୍ସ ଟ୍ରଫି ପାଇଁ ଦଳ ଘୋଷଣା କରିଛନ୍ତି । ଏତିସହିତ ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ପାଇଁ ମଧ୍ୟ ଆଜି ଦଳ […] The post ଚାମ୍ପିଅନ୍ସ ଟ୍ରଫି ପାଇଁ ଘୋଷଣା ହେଲା ଭାରତୀୟ ଦଳ, ଏହି ୧୫ଖେଳାଳିଙ୍କ ଖୋଲିଲା ଭାଗ୍ୟ appeared first on Dharitri Odia News.

ଚାମ୍ପିଅନ୍ସ ଟ୍ରଫି ପାଇଁ ଘୋଷଣା ହେଲା ଭାରତୀୟ ଦଳ, ଏହି ୧୫ଖେଳାଳିଙ୍କ ଖୋଲିଲା ଭାଗ୍ୟ

ନୂଆଦିଲ୍ଲୀ,୧୮।୧:ଚାମ୍ପିଆନ୍ସ ଟ୍ରଫି ୨୦୨୫ ଫେବ୍ରୁଆରୀ ୧୯ରୁ ପାକିସ୍ତାନ ଓ ଦୁବାଇରେ ଖେଳାଯିବ । ତେବେ ଏହି ମେଗା ଟୁର୍ଣ୍ଣାମେଣ୍ଟ ପାଇଁ ଆଜି ୧୫ ଜଣିଆ ଟିମ ଘୋଷଣ କରିଛି ଭାରତ । ମୁମ୍ବାଇରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଏବଂ ଅଧିନାୟକ ରୋହିତ ଶର୍ମା ଚାମ୍ପିଅନ୍ସ ଟ୍ରଫି ପାଇଁ ଦଳ ଘୋଷଣା କରିଛନ୍ତି । ଏତିସହିତ ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ପାଇଁ ମଧ୍ୟ ଆଜି ଦଳ ଚୟନ କରାଯାଇଛି । ପୂର୍ବରୁ ଯାହା ଅନୁମାନ କରାଯାଉଥିଲା ତାହା ହୋଇଛି । ଅର୍ଥାତ ଭାରତ ରୋହିତ ଶର୍ମାଙ୍କ ନେତୃତ୍ୱରେ ହିଁ ଚାମ୍ପିଅନ୍ସ ଟ୍ରଫି ଖେଳିବ ।

ଭାରତୀୟ ଦଳରେ ରୋହିତ ଶର୍ମା ଅଧିନାୟକ ଦାୟିତ୍ୱ ତୁଲାଉଥିବା ବେଳେ ଶୁଭମନ ଗିଲ ଉପ-ଅଧିନାୟକ ଦାୟିତ୍ୱ ଦିଆଯାଇଛି । ସେହିପରି ଦଳରେ ବିରାଟ କୋହଲି, ଶ୍ରେୟସ ଆୟର, କେଏଲ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ୱାସିଂଟନ ସୁନ୍ଦର, କୁଲଦୀପ ଯାଦବ, ଯଶପ୍ରୀତ ବୁମ୍ରା, ମହମ୍ମଦ ଶାମି, ଅର୍ଶଦୀପ ସିଂ, ଯଶସୱୀ ଜୟସୱାଲ, ଋଷଭ ପନ୍ତ ଓ ରବୀନ୍ଦ୍ର ଜାଡେଜା ରହିଛନ୍ତି ।

ସୂଚନାଥାଉ କି,ଫେବ୍ରୁଆରୀ ୧୯ରୁ ଆରମ୍ଭ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ଏଥର ହାଇବ୍ରିଡ ମଡେଲରେ ଖେଳାଯିବ । ପାକିସ୍ତାନ ଓ ଦୁବାଇରେ ଚାମ୍ପିଅନ୍ସ ଟ୍ରଫି ଖେଳାଯିବ । ଏହି ମେଗା ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ କରାଚୀରେ ଖେଳାଯିବ । କିନ୍ତୁ ଟିମ ଇଣ୍ଡିଆ ତା’ର ପ୍ରଥମ ମ୍ୟାଚ ଫେବ୍ରୁଆରୀ ୨୦ରେ ଦୁବାଇରେ ବାଂଲାଦେଶ ବିପକ୍ଷରେ ଖେଳିବ ।

The post ଚାମ୍ପିଅନ୍ସ ଟ୍ରଫି ପାଇଁ ଘୋଷଣା ହେଲା ଭାରତୀୟ ଦଳ, ଏହି ୧୫ଖେଳାଳିଙ୍କ ଖୋଲିଲା ଭାଗ୍ୟ appeared first on Dharitri Odia News.