ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ମିଳିବ ୫ଲକ୍ଷ ଟଙ୍କା…

ଭୁବନେଶ୍ୱର,୨୧।୧: ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି (PACS) ଏବଂ ବୃହତ ଆଦିବାସୀ ବହୁମୁଖୀ ସମବାୟ ସମିତି (LAMPCS) ଗଠନ କରଯାଇଛି। ଏହା ମଧ୍ୟରେ ୧୫୪୨ଟି ନୂଆ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ଗଠନ କରାଯାଇଛି। ଏହି ନବଗଠିତ ସଂସ୍ଥା ଗୁଡିକୁ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି […] The post ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ମିଳିବ ୫ଲକ୍ଷ ଟଙ୍କା… appeared first on Dharitri Odia News.

ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ମିଳିବ ୫ଲକ୍ଷ ଟଙ୍କା…

ଭୁବନେଶ୍ୱର,୨୧।୧: ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି (PACS) ଏବଂ ବୃହତ ଆଦିବାସୀ ବହୁମୁଖୀ ସମବାୟ ସମିତି (LAMPCS) ଗଠନ କରଯାଇଛି। ଏହା ମଧ୍ୟରେ ୧୫୪୨ଟି ନୂଆ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ଗଠନ କରାଯାଇଛି।
ଏହି ନବଗଠିତ ସଂସ୍ଥା ଗୁଡିକୁ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ନିଷ୍ପତ୍ତି ନେଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ନବଗଠିତ ପ୍ୟାକ୍ସ କିମ୍ବା ଲ୍ୟାମ୍ପ୍ସକୁ କାର୍ଯ୍ୟକ୍ଷମ ହେବାପାଇଁ ୫ଲକ୍ଷ ଟଙ୍କା ଲେଖାଏଁ ମୂଳଧନ ବା Seed Money ଦିଆଯିବ । ଏ ସଂପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି।

ଏହାଦ୍ୱାରା ନବଗଠିତ ୧୫୪୨ଟି ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ ମୂଳଧନ ଭାବରେ ୭୬.୮୦ କୋଟି ଟଙ୍କା ପ୍ରଦାନ କରାଯିବ।
ଏହାଦ୍ୱାରା ରାଜ୍ୟର ସମବାୟ କ୍ଷେତ୍ର ସୁଦୃଢ ହେବା ସହିତ ଚାଷୀଭାଇମାନେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

The post ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ମିଳିବ ୫ଲକ୍ଷ ଟଙ୍କା… appeared first on Dharitri Odia News.