ଚାଷୀଙ୍କୁ ନବରାତ୍ରୀ ଉପହାର ଦେଲେ ମୋଦି: ଚାଷୀଙ୍କ ଆକାଉଣ୍ଟକୁ ଗଲା…
ପୁଣେ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ରିଲିଜ୍ କରିଛନ୍ତି। ଦେଶର କୋଟି କୋଟି ଚାଷୀଙ୍କୁ ନବରାତ୍ରୀ ଉପହାର ଦେଇଛନ୍ତି। ମହାରାଷ୍ଟ୍ର ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ମୋଦି ପ୍ରାୟ ୯.୪ କୋଟି ଚାଷୀଙ୍କୁ ୨୦ ହଜାର କୋଟି ଟଙ୍କା ଟ୍ରାନ୍ସଫର କରିଛନ୍ତି। ଏହି ସମସ୍ତ ଚାଷୀଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ଟ୍ରାନ୍ସଫର କରାଯାଇଥିଲା। ଅଦ୍ୟାବଧି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଅଧୀନରେ କେନ୍ଦ୍ର ସରକାର ଚାଷୀଙ୍କୁ ମୋଟ ୩.୪୫ ଲକ୍ଷ କୋଟି […] The post ଚାଷୀଙ୍କୁ ନବରାତ୍ରୀ ଉପହାର ଦେଲେ ମୋଦି: ଚାଷୀଙ୍କ ଆକାଉଣ୍ଟକୁ ଗଲା… appeared first on Dharitri Odia News.
ପୁଣେ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ରିଲିଜ୍ କରିଛନ୍ତି। ଦେଶର କୋଟି କୋଟି ଚାଷୀଙ୍କୁ ନବରାତ୍ରୀ ଉପହାର ଦେଇଛନ୍ତି। ମହାରାଷ୍ଟ୍ର ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ମୋଦି ପ୍ରାୟ ୯.୪ କୋଟି ଚାଷୀଙ୍କୁ ୨୦ ହଜାର କୋଟି ଟଙ୍କା ଟ୍ରାନ୍ସଫର କରିଛନ୍ତି। ଏହି ସମସ୍ତ ଚାଷୀଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ଟ୍ରାନ୍ସଫର କରାଯାଇଥିଲା। ଅଦ୍ୟାବଧି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଅଧୀନରେ କେନ୍ଦ୍ର ସରକାର ଚାଷୀଙ୍କୁ ମୋଟ ୩.୪୫ ଲକ୍ଷ କୋଟି ଟଙ୍କା ପଠାଇଛନ୍ତି।
ଫେବୃଆରୀ ୨୪, ୨୦୧୯ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆରମ୍ଭ କରାଯାଇଥିଲା। ଏଥିରେ ବାର୍ଷିକ ୩ କିସ୍ତିରେ ୬ ହଜାର ଟଙ୍କା ଚାଷୀଙ୍କୁ ହସ୍ତାନ୍ତର କରାଯାଏ। ଏହି ଟଙ୍କା ସିଧାସଳଖ ଲାଭ ଟ୍ରାନ୍ସଫର ମାଧ୍ୟମରେ ଚାଷୀଙ୍କ ଆକାଉଣ୍ଟକୁ ଯାଏ। ମହାରାଷ୍ଟ୍ରରେ ଏହି ଯୋଜନାର ୧୭ କିସ୍ତିରେ ପ୍ରାୟ ୧.୨୦ କୋଟି ଚାଷୀଙ୍କୁ ପ୍ରାୟ ୩୨,୦୦୦ କୋଟି ଟଙ୍କା ପ୍ରଦାନ କରାଯାଇଛି। କିଷାନ ସମ୍ମାନ ନିଧିର ୧୮ତମ କିସ୍ତିରେ ରାଜ୍ୟର ପ୍ରାୟ ୯୧.୫୧ ଲକ୍ଷ କୃଷକ ୧,୯୦୦ କୋଟିରୁ ଅଧିକ ଲାଭ ପାଇବେ। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ମୋଦି ମହାରାଷ୍ଟ୍ରର ଚାଷୀଙ୍କୁ ନାମୋ ଶେତକାରି ମହାସମ୍ମାନ ନିଧି ଯୋଜନାର ପଞ୍ଚମ କିସ୍ତିରେ ପ୍ରାୟ ୨,୦୦୦ କୋଟି ଟଙ୍କା ଅତିରିକ୍ତ ସୁବିଧା ପ୍ରଦାନ କରିଛନ୍ତି।
The post ଚାଷୀଙ୍କୁ ନବରାତ୍ରୀ ଉପହାର ଦେଲେ ମୋଦି: ଚାଷୀଙ୍କ ଆକାଉଣ୍ଟକୁ ଗଲା… appeared first on Dharitri Odia News.