ଚାଷୀଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ
ଅନୁଗୋଳ,୬ା୯(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ବନାଞ୍ଚଳରେ ଶୁକ୍ରବାର ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ଘଟଣାରୁ ପ୍ରକାଶ ଯେ, ଅନୁଗୁଳ ସଦର ଥାନା ଅନ୍ତର୍ଗତ ଗଡତଇଳା ଗ୍ରାମର ଆଜି କଷ୍ଟୁ ଦେହୁରୀ(୬୫) ଭୋର୍ ସମୟରେ ଚାଷ କାର୍ଯ୍ୟ ପାଇଁ ବିଲକୁ ଯାଉଥିବା ବେଳେ ତାଙ୍କୁ ହାତୀ ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଇଥିଲା। କଷ୍ଟୁଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ […] The post ଚାଷୀଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ appeared first on Dharitri Odia News.
ଅନୁଗୋଳ,୬ା୯(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ବନାଞ୍ଚଳରେ ଶୁକ୍ରବାର ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି।
ଘଟଣାରୁ ପ୍ରକାଶ ଯେ, ଅନୁଗୁଳ ସଦର ଥାନା ଅନ୍ତର୍ଗତ ଗଡତଇଳା ଗ୍ରାମର ଆଜି କଷ୍ଟୁ ଦେହୁରୀ(୬୫) ଭୋର୍ ସମୟରେ ଚାଷ କାର୍ଯ୍ୟ ପାଇଁ ବିଲକୁ ଯାଉଥିବା ବେଳେ ତାଙ୍କୁ ହାତୀ ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଇଥିଲା। କଷ୍ଟୁଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଅପରପକ୍ଷେ ସମାନ ଭାବେ ବନ୍ତଳା ଗାଁର ପ୍ରାରମ୍ଭରେ ଥିବା ବିୁଦ୍ୟତ୍ ବିଭାଗ କାର୍ଯ୍ୟାଳୟ ନିକଟରେ ସକାଳେ ସେହି ଗାଁର କୁମାରୀ ସାହୁ(୬୨) ଫୁଲ ତୋଳିବାକୁ ଯାଇଥିବା ବେଳେ ଏକ ଗୋଠଛଡ଼ା ହାତୀ ଆସି ତାଙ୍କୁ ଟେକି କଚାଡ଼ି ଦେଇଥିଲା। କୁମାରୀଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଦୌଡ଼ି ଆସିବା ସହ ତାଙ୍କୁ ଉଦ୍ଧାର କରିଥିଲେ। ଲୋକଙ୍କ ସହଯୋଗରେ କୁମାରୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଅଣ୍ଟାରେ ଗୁରୁତର ଆଘାତ ଲାଗିଥିବା ଜଣାପଡ଼ିଛି।
The post ଚାଷୀଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ appeared first on Dharitri Odia News.