ଚିକିଟି ମଦ ମୃତ୍ୟୁ ମାମଲା: ବ୍ରହ୍ମପୁରର ଅବକାରୀ ସୁପରିଟେଣ୍ଡେଣ୍ଟ ନିଲମ୍ବିତ
ନନ୍ଦିଘୋଷ ବ୍ୟୁରୋ: ବେଆଇନ ମଦ କାରବାର ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର। ଘଟଣାରେ ବ୍ରହ୍ମପୁରର ଅବକାରୀ... The post ଚିକିଟି ମଦ ମୃତ୍ୟୁ ମାମଲା: ବ୍ରହ୍ମପୁରର ଅବକାରୀ ସୁପରିଟେଣ୍ଡେଣ୍ଟ ନିଲମ୍ବିତ appeared first on .
ନନ୍ଦିଘୋଷ ବ୍ୟୁରୋ: ବେଆଇନ ମଦ କାରବାର ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର। ଘଟଣାରେ ବ୍ରହ୍ମପୁରର ଅବକାରୀ ସୁପରିଟେଣ୍ଡେଣ୍ଟଙ୍କୁ ନିଲମ୍ବିତ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ । ଏଥି ସହିତ ବେଆଇନ ତଥା ଚୋରା ମଦ କାରବାରକୁ ସଂପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ନେଇ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଚିକିଟି ଘଟଣାରେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କୁ ସ୍ୱତନ୍ତ୍ର ଚିକିତ୍ସା ସହାୟତା ଯୋଗାଇ ଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବେଆଇନ ମଦ କାରବାର ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି । ଅନ୍ୟପକ୍ଷରେ ଅବକାରୀ ବିଭାଗ ପକ୍ଷରୁ ଗତକାଲି ସନ୍ଧ୍ୟା ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୭ ହଜାର ୨୭୪ ଲିଟର ବେଆଇନ ମଦ ଜବତ କରାଯିବା ସହ ୭୨ ଜଣଙ୍କୁ ଗିରଫ କରାଯାଇଛି । ଏଥି ମଧ୍ୟରୁ କେବଳ ଗଞ୍ଜାମ ଜିଲ୍ଲାରେ ୩୮୫ ଲିଟର ମଦ ଜବତ ହୋଇଛି ।
The post ଚିକିଟି ମଦ ମୃତ୍ୟୁ ମାମଲା: ବ୍ରହ୍ମପୁରର ଅବକାରୀ ସୁପରିଟେଣ୍ଡେଣ୍ଟ ନିଲମ୍ବିତ appeared first on .