ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ ମାଡ଼ ମାରିଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ଜଳେଶ୍ୱର ଥାନା ଚକହରି ଗ୍ରାମର ଉମେଶ ଓଝା ବିଷ ପିଇ ଗୁରୁତର ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଜଳେଶ୍ୱର ଗାଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ହେଲେ କାର୍ଯ୍ୟରତ ଡାକ୍ତର ଦିଲୀପ ଚିକିତ୍ସାରେ ଅବହେଳା କରିବାରୁ ଉମେଶଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ […] The post ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା appeared first on Dharitri Odia News.

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ ମାଡ଼ ମାରିଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଜଳେଶ୍ୱର ଥାନା ଚକହରି ଗ୍ରାମର ଉମେଶ ଓଝା ବିଷ ପିଇ ଗୁରୁତର ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଜଳେଶ୍ୱର ଗାଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ହେଲେ କାର୍ଯ୍ୟରତ ଡାକ୍ତର ଦିଲୀପ ଚିକିତ୍ସାରେ ଅବହେଳା କରିବାରୁ ଉମେଶଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ଉମେଶଙ୍କ ସମ୍ପର୍କୀୟ ଉତ୍ତ୍ୟକ୍ତ ହୋଇ ଡାକ୍ତର ଦିଲୀପଙ୍କୁ ଗାଳିଗୁଲଜ କରିବା ସହିତ ମାଡ଼ ମାରିଥିଲେ। ଉପସ୍ଥିତ ପୋଲିସ କର୍ମଚାରୀ ଲୋକଙ୍କୁ ବୁଝାଶୁଝା କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ସମ୍ପର୍କୀୟ ଡାକ୍ତରକୁ ମାଡ଼ ମାରିବା ସହିତ ହସ୍ପିଟାଲ ଭଙ୍ଗାରୁଜା କରିଥିଲେ। ଖବର ପାଇ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

The post ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା appeared first on Dharitri Odia News.