ଚିତାଲାଗି ଅମାବାସ୍ୟା ନିମନ୍ତେ ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ
ପୁରୀ : ଆସନ୍ତାକାଲି ରବିବାର ଶ୍ରାବଣ ଅମାବାସ୍ୟା । ଏହାକୁ ଚିତାଲାଗି ଅମାବାସ୍ୟା କୁହାଯାଏ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଲାଗି ହେବ ରତ୍ନ ଚିତା । ଏଥିପାଇଁ ଶ୍ରଦ୍ଧାଳୁଙ୍କ ନିମନ୍ତେ ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗା ଦର୍ଶନ । ଅପରାହ୍ନ ୨ ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ । ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦେଇଛନ୍ତି […]

ପୁରୀ : ଆସନ୍ତାକାଲି ରବିବାର ଶ୍ରାବଣ ଅମାବାସ୍ୟା । ଏହାକୁ ଚିତାଲାଗି ଅମାବାସ୍ୟା କୁହାଯାଏ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଲାଗି ହେବ ରତ୍ନ ଚିତା । ଏଥିପାଇଁ ଶ୍ରଦ୍ଧାଳୁଙ୍କ ନିମନ୍ତେ ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗା ଦର୍ଶନ । ଅପରାହ୍ନ ୨ ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ । ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦେଇଛନ୍ତି ।
ଶ୍ରାବଣ ମାସ କୃଷ୍ଣ ଅମାବାସ୍ୟା ତିଥିରେ ଚିତାଲାଗି ଅମାବାସ୍ୟା ଅନୁଷ୍ଠିତ ହୋଇଥାଏ । ସ୍ନାନ ପୂର୍ଣ୍ଣିମା ଦିନ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ଲଲାଟରୁ ଯେଉଁ ଚିତା ଉଲାଗି କରାଯାଇଥାଏ ତାହା ପୁଣି ଶ୍ରାବଣ ମାସ ଅମାବାସ୍ୟା ତିଥିରେ ଲାଗି କରାଯାଏ । ତିନିବାଡ଼ର ବାଡ଼ଗ୍ରାହୀ ଓ ଦଇତାପତି ମହାପ୍ରଭୁଙ୍କ ଶ୍ରୀ ଅଙ୍ଗରେ ଏହି ଅଳଙ୍କାର ଲାଗି କରିବେ I ଶ୍ରୀଜଗନ୍ନାଥଙ୍କ ମସ୍ତକରେ ହୀରା ଖଚିତ ଧଳା ଚିତା, ଶ୍ରୀ ବଳଭଦ୍ରଙ୍କ ମସ୍ତକରେ ନୀଳା ଖଚିତ ନିଳ ଚିତା ଏବଂ ଦେବୀ ସୁଭଦ୍ରାଙ୍କ ମସ୍ତକରେ ମାଣିକ୍ୟ ଖଚିତ ନାଲି ଚିତା ଲାଗି କରାଯାଏ । ପରମ୍ପରା ଏବଂ ବିଧି ମୁତାବକ ପତି ମହାପାତ୍ର ସେବାୟତ ଏହି ଚିତାକୁ ସଂସ୍କାର କରିବା ପରେ ଦଇତାପତି ସେବାୟତ। ଶ୍ରୀ ବିଗ୍ରହଙ୍କ ମସ୍ତକରେ ଲାଗି କରାଇଥାନ୍ତି । ଏହି ଚିତା ଶ୍ରୀ ବିଗ୍ରହମାନଙ୍କ ମସ୍ତକରେ ପରବର୍ତ୍ତୀ ସ୍ନାନପୂର୍ଣ୍ଣିମା ପର୍ଯ୍ୟନ୍ତ ଲାଗି ରହିଥାଏ ।