ଚିଲିକାରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ

ଖଲ୍ଲିକୋଟ,୨୨ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଉପର ଆଲପୁର ନିକଟ ଚିଲିକା ମଝିରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ବୁଧବାର ଅପରାହ୍ନରେ ସ୍ଥାନୀୟ ମାଛଧରାଳି ଦେଖିଥିଲେ। ପରେ ଖଲ୍ଲିକୋଟ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଖଲ୍ଲିକୋଟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି। ତେବେ ମୃତକଙ୍କ ଦେହ ସମ୍ପୂର୍ଣ୍ଣ ରୂପେ ନଷ୍ଟ ହୋଇ ଯାଇଥିବାରୁ ପରିଚୟ ମିଳିପାରିନି। ସାଇଣ୍ଟଫିକ୍‌ ଟିମ୍‌ ପହଞ୍ଚିବା ପରେ ମୃତଦେହକୁ […] The post ଚିଲିକାରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ appeared first on Dharitri Odia News.

ଚିଲିକାରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ

ଖଲ୍ଲିକୋଟ,୨୨ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଉପର ଆଲପୁର ନିକଟ ଚିଲିକା ମଝିରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ବୁଧବାର ଅପରାହ୍ନରେ ସ୍ଥାନୀୟ ମାଛଧରାଳି ଦେଖିଥିଲେ। ପରେ ଖଲ୍ଲିକୋଟ ପୋଲିସକୁ ଖବର ଦେଇଥିଲେ।
ଘଟଣାସ୍ଥଳରେ ଖଲ୍ଲିକୋଟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି। ତେବେ ମୃତକଙ୍କ ଦେହ ସମ୍ପୂର୍ଣ୍ଣ ରୂପେ ନଷ୍ଟ ହୋଇ ଯାଇଥିବାରୁ ପରିଚୟ ମିଳିପାରିନି। ସାଇଣ୍ଟଫିକ୍‌ ଟିମ୍‌ ପହଞ୍ଚିବା ପରେ ମୃତଦେହକୁ ଚିଲିକା ମଧ୍ୟରୁ ବାହାର କରାଯିବ।

The post ଚିଲିକାରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ appeared first on Dharitri Odia News.