ଚିହ୍ନଟ ହେବେ ବାଂଲାଦେଶୀ ଅନୁପ୍ରବେଶକାରୀ, ଗୃହରେ ମୁଖ୍ୟମନ୍ତ୍ରୀଙ୍କ ଲିଖିତ ଉତ୍ତର

ଭୁବନେଶ୍ୱର ୦୨।୦୯: ବାଂଲାଦେଶର ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ପ୍ରକ୍ରିୟା ଆରମ୍ଭ । ବିଧାନସଭାରେ ଏହିପରି ଭାବେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସମସ୍ତ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କୁ ବାଂଲାଦେଶୀ ଅନୁପ୍ରବେଶକାରୀମାନଙ୍କୁ ଚିହ୍ନଟ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତହସିଲ, ବ୍ଲକ, ଏବଂ ଥାନା ସ୍ତରରେ କମିଟି ଗଠନ ପାଇଁ କୁହାଯାଇଛି। ବିଶେଷ କରି ଭୁବନେଶ୍ୱର, କେନ୍ଦ୍ରାପଡା ଓ ପୁରୀରେ ଥିବା ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଖବର ଅନୁଯାୟୀ, ୨୦୨୧ ମସିହା ସୁଦ୍ଧା ରାଜ୍ୟରେ ସମୁଦାୟ ୩୭୪୦ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀ ବେଆଇନ ଭାବେ ବିଭିନ୍ନ ଜିଲ୍ଲାରେ ରହିଆସୁଛନ୍ତି। ବରଗଡ଼ ଜିଲ୍ଲାରେ ୨ ଜଣ, ଭଦ୍ରକ ଜିଲ୍ଲାରେ ୧୯୯ ଜଣ, କେନ୍ଦ୍ରାପଡ଼ାରେ ୧୬୪୯ ଜଣ, ଭୁବନେଶ୍ଵରରେ ୧୭ ଜଣ, ଜଗତସିଂହପୁରରେ ୧୧୧୨ ଜଣ, ମାଲକାନଗିରିରେ ୬୫୫ ଜଣ ଏବଂ ନବରଙ୍ଗପୁର ଜିଲ୍ଲାରେ ୧୦୬ ଜଣ ବସବାସ କରୁଛନ୍ତି। 

ଚିହ୍ନଟ ହେବେ ବାଂଲାଦେଶୀ ଅନୁପ୍ରବେଶକାରୀ, ଗୃହରେ ମୁଖ୍ୟମନ୍ତ୍ରୀଙ୍କ ଲିଖିତ ଉତ୍ତର

ଭୁବନେଶ୍ୱର ୦୨।୦୯: ବାଂଲାଦେଶର ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ପ୍ରକ୍ରିୟା ଆରମ୍ଭ । ବିଧାନସଭାରେ ଏହିପରି ଭାବେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସମସ୍ତ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କୁ ବାଂଲାଦେଶୀ ଅନୁପ୍ରବେଶକାରୀମାନଙ୍କୁ ଚିହ୍ନଟ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତହସିଲ, ବ୍ଲକ, ଏବଂ ଥାନା ସ୍ତରରେ କମିଟି ଗଠନ ପାଇଁ କୁହାଯାଇଛି। ବିଶେଷ କରି ଭୁବନେଶ୍ୱର, କେନ୍ଦ୍ରାପଡା ଓ ପୁରୀରେ ଥିବା ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। 

ଖବର ଅନୁଯାୟୀ, ୨୦୨୧ ମସିହା ସୁଦ୍ଧା ରାଜ୍ୟରେ ସମୁଦାୟ ୩୭୪୦ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀ ବେଆଇନ ଭାବେ ବିଭିନ୍ନ ଜିଲ୍ଲାରେ ରହିଆସୁଛନ୍ତି। ବରଗଡ଼ ଜିଲ୍ଲାରେ ୨ ଜଣ, ଭଦ୍ରକ ଜିଲ୍ଲାରେ ୧୯୯ ଜଣ, କେନ୍ଦ୍ରାପଡ଼ାରେ ୧୬୪୯ ଜଣ, ଭୁବନେଶ୍ଵରରେ ୧୭ ଜଣ, ଜଗତସିଂହପୁରରେ ୧୧୧୨ ଜଣ, ମାଲକାନଗିରିରେ ୬୫୫ ଜଣ ଏବଂ ନବରଙ୍ଗପୁର ଜିଲ୍ଲାରେ ୧୦୬ ଜଣ ବସବାସ କରୁଛନ୍ତି।