ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ଖଡିଆଳ କଂଗ୍ରେସର ବିରୋଧ

ଖଡ଼ିଆଳ,୧୪ା୭ (ସୁଜିତ କୁମାର ପ୍ରଧାନ)- ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ନୂଆପଡ଼ା ଜିଲା ଖଡ଼ିଆଳ କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। କଂଗ୍ରେସର ଖଡ଼ିଆଳ ବିଧାୟକ ପ୍ରାର୍ଥୀ କମଳ ଚରଣ ତାଣ୍ଡିଙ୍କ ନେତୃତ୍ୱରେ ଶତାଧିକ କର୍ମୀ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରଥିଲେ। ରାଜ୍ୟ ସରକାର ଛାତ୍ରୀଙ୍କୁ ସୁରକ୍ଷା ଯୋଗାଇ ଦେବାରେ ସମ୍ପୂର୍ଣ୍ଣ ବିଫଳ ହୋଇଥିବା ଦଳ ଅଭିଯୋଗ କରିଛି। କଂଗ୍ରେସ ନେତା ଓ କର୍ମୀମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ […] The post ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ଖଡିଆଳ କଂଗ୍ରେସର ବିରୋଧ appeared first on Dharitri Odia News.

ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ଖଡିଆଳ କଂଗ୍ରେସର ବିରୋଧ

ଖଡ଼ିଆଳ,୧୪ା୭ (ସୁଜିତ କୁମାର ପ୍ରଧାନ)- ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ନୂଆପଡ଼ା ଜିଲା ଖଡ଼ିଆଳ କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। କଂଗ୍ରେସର ଖଡ଼ିଆଳ ବିଧାୟକ ପ୍ରାର୍ଥୀ କମଳ ଚରଣ ତାଣ୍ଡିଙ୍କ ନେତୃତ୍ୱରେ ଶତାଧିକ କର୍ମୀ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରଥିଲେ। ରାଜ୍ୟ ସରକାର ଛାତ୍ରୀଙ୍କୁ ସୁରକ୍ଷା ଯୋଗାଇ ଦେବାରେ ସମ୍ପୂର୍ଣ୍ଣ ବିଫଳ ହୋଇଥିବା ଦଳ ଅଭିଯୋଗ କରିଛି। କଂଗ୍ରେସ ନେତା ଓ କର୍ମୀମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ଇସ୍ତଫା ଦାବି କରିଛନ୍ତି। ପରେ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି। ଏଥିରେ ଦଳର ପ୍ରବୀଣ ପଟ୍ଟନାୟକ, ପ୍ରଦୀପ ବେହେରା, କିରନ ସରାଫ, ଭୋଳା ବାଗ, ତୁଷାର ବତାଣ୍ଡି, ଅଙ୍କିତ କିଶୋର, ରାଜେଶ ବେହେରା ସମେତ ବହୁ କର୍ମୀ ସାମିଲ ହୋଇଥିଲେ।

The post ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ଖଡିଆଳ କଂଗ୍ରେସର ବିରୋଧ appeared first on Dharitri Odia News.