ଛାତ୍ରୀଛାତ୍ରମାନଙ୍କ ସାମୁହିକ ବିକାଶ ଜରୁରୀ
ଜି.ଉଦୟଗିରି ୨୩।୧(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରର ବାର୍ଷିକ ଉତ୍ସବରେ କନ୍ଧମାଳ ଏମପି ସୁକାନ୍ତ ପାଣିଗ୍ରାହୀ ଛାତ୍ରୀଛାତ୍ରମାନଙ୍କ ବୌଦ୍ଧିକ, ନୈତିକ ଓ ସାମୁହିକ ବିକାଶ ଉପରେ ଗୁରୁତ୍ୱ ଦେବା ସହ ଭବିଷ୍ୟତରେ ଜଣେ ଜଣେ ଉତ୍ତମ ନାଗରିକ ହେବା ପାଇଁ ପରାମର୍ଶ ଦେଇଥିଲେ। ବୁଧୁବାର ଅନୁଷ୍ଠାନର ସଭାପତି ବିନୋଦ ବିହାରୀ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ସମ୍ମାନିତ ଅତିଥି ଭାବେ ଜି ଉଦୟଗିରି ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ, ଏନଏସି ଅଧକ୍ଷା […] The post ଛାତ୍ରୀଛାତ୍ରମାନଙ୍କ ସାମୁହିକ ବିକାଶ ଜରୁରୀ appeared first on Dharitri Odia News.
ଜି.ଉଦୟଗିରି ୨୩।୧(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରର ବାର୍ଷିକ ଉତ୍ସବରେ କନ୍ଧମାଳ ଏମପି ସୁକାନ୍ତ ପାଣିଗ୍ରାହୀ ଛାତ୍ରୀଛାତ୍ରମାନଙ୍କ ବୌଦ୍ଧିକ, ନୈତିକ ଓ ସାମୁହିକ ବିକାଶ ଉପରେ ଗୁରୁତ୍ୱ ଦେବା ସହ ଭବିଷ୍ୟତରେ ଜଣେ ଜଣେ ଉତ୍ତମ ନାଗରିକ ହେବା ପାଇଁ ପରାମର୍ଶ ଦେଇଥିଲେ। ବୁଧୁବାର ଅନୁଷ୍ଠାନର ସଭାପତି ବିନୋଦ ବିହାରୀ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ସମ୍ମାନିତ ଅତିଥି ଭାବେ ଜି ଉଦୟଗିରି ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ, ଏନଏସି ଅଧକ୍ଷା ଦେବସ୍ମିତା ଶତପଥୀ ଯୋଗଦେଇ ପିଲାମାନଙ୍କୁ ଭବିଷ୍ୟତରେ ସୁନାଗରିକ ହେବା ପାଇଁ ପରାମର୍ଶ ଦେଇଥିଲେ।
ଟିକାବାଲି କଲେଜର ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତି ମୁଖ୍ୟବକ୍ତା ଭାବେ ଯୋଗଦେଇ ପିଲାମାନଙ୍କୁ ଶୃଙ୍ଖଳା, ସମୟାନୁବର୍ତ୍ତିତା ରକ୍ଷା କରିବା ପାଇଁ ପରାମର୍ଶ ଦେଇଥିଲେ। ପ୍ରଧାନ ଆଚାର୍ଯ୍ୟ ମାଧବାନନ୍ଦ ଦାଶ ସ୍ବାଗତ ଭାଷଣ ଦେଇଥିବାବେଳେ ସମ୍ପାଦକ ଶିବରାମ ସାହୁ ବାର୍ଷିକ ବିବରଣୀ ପାଠ କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।
The post ଛାତ୍ରୀଛାତ୍ରମାନଙ୍କ ସାମୁହିକ ବିକାଶ ଜରୁରୀ appeared first on Dharitri Odia News.