ଛୁଟି ଆବେଦନକୁ ମୋହନ ସରକାର ମୁହଁ ଫେରାଇବା ପରେ କାର୍ଯ୍ୟରେ ଯୋଗଦେଲେ ଆଇଏଏସ୍ ସୁଜାତା କାର୍ତ୍ତିକେୟନ
ଭୁବନେଶ୍ୱର, ୨୭।୧୧: ୨୦୦୦ ବ୍ୟାଚର ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନ ବୁଧବାର କାର୍ଯ୍ୟରେ ଯୋଗଦେଇଛନ୍ତି। ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟରେ ଯୋଗ ଦେଇଥିବା ସୂଚନା ମିଳିଛି। ସୁଜାତାଙ୍କୁ ନେଇ ପ୍ରଶାସନିକ ସ୍ତରରେ ଜୋରଦାର ଚର୍ଚ୍ଚା ଚାଲି ଥିବାବେଳେ ତାଙ୍କୁ ମଙ୍ଗଳବାର ବଡ଼ ଝଟ୍କା ଲାଗିଥିଲା। ୨୭ ତାରିଖ ଅର୍ଥାତ ବୁଧବାରଠାରୁ ତାଙ୍କୁ କାର୍ଯ୍ୟରେ ଯୋଗ ଦେବକୁ ଥିବା ବେଳେ ସେ ଆଉ ସେ ୬ ମାସ ଛୁଟି ଆବେଦନ କରିଥିଲେ । ତେବେ […] The post ଛୁଟି ଆବେଦନକୁ ମୋହନ ସରକାର ମୁହଁ ଫେରାଇବା ପରେ କାର୍ଯ୍ୟରେ ଯୋଗଦେଲେ ଆଇଏଏସ୍ ସୁଜାତା କାର୍ତ୍ତିକେୟନ appeared first on Dharitri Odia News.
ଭୁବନେଶ୍ୱର, ୨୭।୧୧: ୨୦୦୦ ବ୍ୟାଚର ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନ ବୁଧବାର କାର୍ଯ୍ୟରେ ଯୋଗଦେଇଛନ୍ତି। ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟରେ ଯୋଗ ଦେଇଥିବା ସୂଚନା ମିଳିଛି। ସୁଜାତାଙ୍କୁ ନେଇ ପ୍ରଶାସନିକ ସ୍ତରରେ ଜୋରଦାର ଚର୍ଚ୍ଚା ଚାଲି ଥିବାବେଳେ ତାଙ୍କୁ ମଙ୍ଗଳବାର ବଡ଼ ଝଟ୍କା ଲାଗିଥିଲା। ୨୭ ତାରିଖ ଅର୍ଥାତ ବୁଧବାରଠାରୁ ତାଙ୍କୁ କାର୍ଯ୍ୟରେ ଯୋଗ ଦେବକୁ ଥିବା ବେଳେ ସେ ଆଉ ସେ ୬ ମାସ ଛୁଟି ଆବେଦନ କରିଥିଲେ । ତେବେ ତାଙ୍କ ଛୁଟିକୁ ନାଁ କରିଦେଲେ ମୋହନ ସରକାର। ୨୭ ତାରିଖ ଅର୍ଥାତ ବୁଧବାରଠାରୁ ତାଙ୍କୁ କାର୍ଯ୍ୟରେ ଯୋଗ ଦେବକୁ ନିର୍ଦ୍ଦେଶ ଦିଆଯାଇଥିଲା। ଆଇଏଏସ୍ କାର୍ତ୍ତିକେୟନ ମେ ୩୧ରୁ ଛୁଟିରେ ଯାଇଥିବା ବେଳେ ଆଉ ୬ ମାସ ଛୁଟିରେ ରହିବାକୁ ଚାହୁଁଥିଲେ। ତେବେ ତାଙ୍କ ଛୁଟିକୁ ମୋହନ ସରକାର ନାଁ କରିଦେବା ସହ ତାଙ୍କୁ ବୁଧବାର କାର୍ଯ୍ୟରେ ଯୋଗ ଦେବାକୁ କୁହାଯାଇଥିଲା। ନବୀନ ସରକାର ସମୟରେ ସୁଜାତା କାର୍ତ୍ତିକେୟନ ମିଶନ ଶକ୍ତି ବିଭାଗର ମୁଖ୍ୟ ଥିଲେ । ନିର୍ବାଚନ ସମୟରେ ତାଙ୍କୁ ବଦଳି କରିଯାଇ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ପୋଷ୍ଟିଂ କରାଯାଇଥିଲା ।
The post ଛୁଟି ଆବେଦନକୁ ମୋହନ ସରକାର ମୁହଁ ଫେରାଇବା ପରେ କାର୍ଯ୍ୟରେ ଯୋଗଦେଲେ ଆଇଏଏସ୍ ସୁଜାତା କାର୍ତ୍ତିକେୟନ appeared first on Dharitri Odia News.