ଛୁଟି ନେଇପାରିବେ ସରକାରୀ କର୍ମଚାରୀ, ଆବଶ୍ୟକ ପଡ଼ିଲେ ତତ୍କାଳ ଯୋଗଦେବେ

ଭୁବନେଶ୍ବର ୧୨।୬: ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ ନିର୍ଦ୍ଦେଶରେ ସଂଶୋଧନ କଲା ପ୍ରଶାସନ । -ଆବଶ୍ୟକ ପଡ଼ିଲେ ଅଫିସରମାନେ ଛୁଟି ନେଇପାରିବେ ବୋଲି ସାନି ନିର୍ଦ୍ଦେଶନାମା ଜାରି କରାଯାଇଛି । ଛୁଟି ନେଇପାରିବେ, କିନ୍ତୁ ଆବଶ୍ୟକ ପଡ଼ିଲେ ତତ୍କାଳ କାର୍ଯ୍ୟରେ ଯୋଗଦେବେ । ଜରୁରୀ ଯୋଗାଯୋଗ ପାଇଁ ନିଜ ମୋବାଇଲ ନମ୍ବର ଆକ୍ଟିଭ ରଖିବେ ବୋଲି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି ।ସୂଚନାଯୋଗ୍ୟ ଯେ, ଜୁନ୍‌ ୩୦ ଯାଏଁ ସରକାରୀ କର୍ମଚାରୀ ଛୁଟି ନେଇ ପାରିବେନି ବୋଲି ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଥିଲା । ସାଧାରଣ ପ୍ରଶାସନ ବିଭାଗ ଏସିଏସ୍‌ଙ୍କ ପକ୍ଷରୁ ଚିଠି ହୋଇଥିଲା । ନୂଆ ସରକାର ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟକ୍ରମ ଚାଲିବ । ସେଥିପାଇଁ ୩୦ ପର୍ଯ୍ୟନ୍ତ କାହାରିକୁ ଛୁଟି ନ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ହେଡକ୍ୱାର୍ଟର୍ସ ନ ଛାଡ଼ିବାକୁ ମଧ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଏମିତିକି ସରକାରୀ ଛୁଟି ଦିନରେ ବି ଅନୁପସ୍ଥିତ ନ ରହିବାକୁ କୁହାଯାଇଥିଲା । କେବଳ ସ୍ୱାସ୍ଥ୍ୟ ସମସ୍ୟା ଥିଲେ ଛୁଟି ପାଇଁ ଅନୁମତି ମିଳିବ ବୋଲି ଚିଠିରେ ନିର୍ଦ୍ଦେଶ ରହିଥିଲା । ବୁଧବାର ରାଜ୍ୟରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ । ସେଥିପାଇଁ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓଡ଼ିଶା ଆସୁଛନ୍ତି ।

ଛୁଟି ନେଇପାରିବେ ସରକାରୀ କର୍ମଚାରୀ, ଆବଶ୍ୟକ ପଡ଼ିଲେ ତତ୍କାଳ ଯୋଗଦେବେ

ଭୁବନେଶ୍ବର ୧୨।୬: ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ ନିର୍ଦ୍ଦେଶରେ ସଂଶୋଧନ କଲା ପ୍ରଶାସନ । -ଆବଶ୍ୟକ ପଡ଼ିଲେ ଅଫିସରମାନେ ଛୁଟି ନେଇପାରିବେ ବୋଲି ସାନି ନିର୍ଦ୍ଦେଶନାମା ଜାରି କରାଯାଇଛି । ଛୁଟି ନେଇପାରିବେ, କିନ୍ତୁ ଆବଶ୍ୟକ ପଡ଼ିଲେ ତତ୍କାଳ କାର୍ଯ୍ୟରେ ଯୋଗଦେବେ । ଜରୁରୀ ଯୋଗାଯୋଗ ପାଇଁ ନିଜ ମୋବାଇଲ ନମ୍ବର ଆକ୍ଟିଭ ରଖିବେ ବୋଲି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି ।

ସୂଚନାଯୋଗ୍ୟ ଯେ, ଜୁନ୍‌ ୩୦ ଯାଏଁ ସରକାରୀ କର୍ମଚାରୀ ଛୁଟି ନେଇ ପାରିବେନି ବୋଲି ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଥିଲା । ସାଧାରଣ ପ୍ରଶାସନ ବିଭାଗ ଏସିଏସ୍‌ଙ୍କ ପକ୍ଷରୁ ଚିଠି ହୋଇଥିଲା । ନୂଆ ସରକାର ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟକ୍ରମ ଚାଲିବ । ସେଥିପାଇଁ ୩୦ ପର୍ଯ୍ୟନ୍ତ କାହାରିକୁ ଛୁଟି ନ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ହେଡକ୍ୱାର୍ଟର୍ସ ନ ଛାଡ଼ିବାକୁ ମଧ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଏମିତିକି ସରକାରୀ ଛୁଟି ଦିନରେ ବି ଅନୁପସ୍ଥିତ ନ ରହିବାକୁ କୁହାଯାଇଥିଲା । କେବଳ ସ୍ୱାସ୍ଥ୍ୟ ସମସ୍ୟା ଥିଲେ ଛୁଟି ପାଇଁ ଅନୁମତି ମିଳିବ ବୋଲି ଚିଠିରେ ନିର୍ଦ୍ଦେଶ ରହିଥିଲା । ବୁଧବାର ରାଜ୍ୟରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ । ସେଥିପାଇଁ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓଡ଼ିଶା ଆସୁଛନ୍ତି । ତେଣୁ ସମ୍ପୂର୍ଣ୍ଣ ବ୍ୟବସ୍ଥାକୁ ଠିକଣା ଭାବେ କରିବା ଲାଗି ଶପଥ ଗ୍ରହଣ ଉତ୍ସବ ଲାଗି ସରକାରୀ ସ୍ତରରେ ୨୫୦ ଅଧିକାରୀ ନିୟୋଜିତ ହୋଇଛନ୍ତି । ଶପଥ ଗ୍ରହଣ ପରେ ସରକାରୀସ୍ତରରେ ଅନେକ ଗୁଡ଼ିଏ କାର୍ଯ୍ୟକ୍ରମ ଗ୍ରହଣ କରାଯିବ । ତେଣୁ ଏହାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିଲା।

You Can Read :

ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ନିୟମିତ ଜାମିନ, ସର୍ତ୍ତ ସ୍ଥିର କରିବେ ନିମ୍ନ ଅଦାଲତ