ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ
ଜଗତସିଂହପୁର,୨୩/୧୦: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ, ଏପର୍ଯ୍ୟନ୍ତ ୪୩୬୬ ଲୋକେ ସ୍ଥାନାନ୍ତର ସମ୍ଭାବ୍ୟ ବାତ୍ୟାକୁ ନେଇ ଜଗତସିଂହପୁର ଜିଲ୍ଲା ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଇ ଲୋକଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ କରାଯାଇଛି । ଜିଲ୍ଲାର ପାରାଦୀପ,ଏରସମା ଓ ବାଲିକୁଦା ବ୍ଲକର ବିଭିନ୍ନ ତଳିଆ ଅଞ୍ଚଳରୁ ଲୋକଙ୍କୁ ବାତ୍ୟା ଆଶ୍ରୟ ସ୍ଥଳକୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ସନ୍ଧ୍ୟା ୭ଟା ସୁଦ୍ଧା ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ୪୩୬୬ ଲୋକଙ୍କୁ ବିଭିନ୍ନ ବାତ୍ୟା ଆଶ୍ରୟ ସ୍ଥଳକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି ।
ଜଗତସିଂହପୁର,୨୩/୧୦: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ, ଏପର୍ଯ୍ୟନ୍ତ ୪୩୬୬ ଲୋକେ ସ୍ଥାନାନ୍ତର ସମ୍ଭାବ୍ୟ ବାତ୍ୟାକୁ ନେଇ ଜଗତସିଂହପୁର ଜିଲ୍ଲା ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଇ ଲୋକଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ କରାଯାଇଛି ।
ଜିଲ୍ଲାର ପାରାଦୀପ,ଏରସମା ଓ ବାଲିକୁଦା ବ୍ଲକର ବିଭିନ୍ନ ତଳିଆ ଅଞ୍ଚଳରୁ ଲୋକଙ୍କୁ ବାତ୍ୟା ଆଶ୍ରୟ ସ୍ଥଳକୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ସନ୍ଧ୍ୟା ୭ଟା ସୁଦ୍ଧା ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ୪୩୬୬ ଲୋକଙ୍କୁ ବିଭିନ୍ନ ବାତ୍ୟା ଆଶ୍ରୟ ସ୍ଥଳକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି ।