ଜଙ୍ଗଲ ଭିତରେ ନରକଙ୍କାଳ ଠାବ

ଦେଗଗଡ଼,୧୨ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା କାଉଁଶିବାହାଳ ଗାଁ ନିକଟ ଜଙ୍ଗଲ ଭିତରେ ସୋମବାର ଏକ ନରକଙ୍କାଳ ଠାବ କରାଯାଇଛି । ମଗରମୁହିଁ ହୁଲି ଜଙ୍ଗଲ ଭିତରେ ଏକ ନରକଙ୍କାଳ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ। ଘଟଣାସ୍ଥଳରେ ଦେବଗଡ଼ ପୋଲିସ ପହଞ୍ଚି ନରକଙ୍କାଳ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ଜବତ ହୋଇଥିବା ନରକଙ୍କାଳ ସଇଡ଼ା ଗ୍ରାମର ଲୋଚନ ଶବରଙ୍କ ୨୦ ବର୍ଷର ପୁଅ ସନ୍ତୋଷ ଶବରଙ୍କ ହୋଇଥିବା ପରିବାର ଲୋକେ ଚିହ୍ନଟ […] The post ଜଙ୍ଗଲ ଭିତରେ ନରକଙ୍କାଳ ଠାବ appeared first on Dharitri Odia News.

ଜଙ୍ଗଲ ଭିତରେ ନରକଙ୍କାଳ ଠାବ

ଦେଗଗଡ଼,୧୨ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା କାଉଁଶିବାହାଳ ଗାଁ ନିକଟ ଜଙ୍ଗଲ ଭିତରେ ସୋମବାର ଏକ ନରକଙ୍କାଳ ଠାବ କରାଯାଇଛି । ମଗରମୁହିଁ ହୁଲି ଜଙ୍ଗଲ ଭିତରେ ଏକ ନରକଙ୍କାଳ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ। ଘଟଣାସ୍ଥଳରେ ଦେବଗଡ଼ ପୋଲିସ ପହଞ୍ଚି ନରକଙ୍କାଳ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ଜବତ ହୋଇଥିବା ନରକଙ୍କାଳ ସଇଡ଼ା ଗ୍ରାମର ଲୋଚନ ଶବରଙ୍କ ୨୦ ବର୍ଷର ପୁଅ ସନ୍ତୋଷ ଶବରଙ୍କ ହୋଇଥିବା ପରିବାର ଲୋକେ ଚିହ୍ନଟ କରିଛନ୍ତି । ନରକଙ୍କାଳ ପାଖରେ ପଡ଼ିଥିବା ପ୍ୟାଣ୍ଟ ଓ ଶର୍ଟକୁ ଦେଖି ଚିହ୍ନଟ କରାଯାଇଛି। ସନ୍ତୋଷ କାଉଁଶିବାହାଳ ଗ୍ରାମର ଦୂର ସମ୍ପର୍କୀୟ ବିମ୍ବାଧର ଲୁହୁରାଙ୍କ ଘରେ ରହି ମନୋଜ ସାହୁଙ୍କ ପାଖରେ କାମ କରୁଥିଲେ। ପ୍ରାୟ ୫ ମାସରୁ ଅଧିକ ହେବ ସନ୍ତୋଷ ନିଖୋଜ ଥିବା ବେଳେ ସୋମବାର ତାଙ୍କ କଙ୍କାଳ ଜବତ ହୋଇଛି। ତେବେ ସନ୍ତୋଷଙ୍କୁ ହତ୍ୟା କରାଯାଇଛି ନା ଏହା ପଛରେ ଆଉ କିଛି ଘଟଣା ଲୁଚି ରହିଛି ସେନେଇ ପୋଲିସ ଅଧିକ ଖୋଲତାଡ଼ କରୁଛି।

The post ଜଙ୍ଗଲ ଭିତରେ ନରକଙ୍କାଳ ଠାବ appeared first on Dharitri Odia News.