‘ଜଣେ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଅତ୍ୟନ୍ତ ଦୁଃଖଦାୟକ’

ରାଞ୍ଚତ୍,୩ା୭:ସଦ୍ୟ ଜେଲରୁ ଫେରିଥିବା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତା ହେମନ୍ତ ସୋରେନ୍‌ ପୁଣି ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହାର ୫ ମାସ ପୂର୍ବରୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିବା ଚମ୍ପାଇ ସୋରେନ୍‌ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଚମ୍ପାଇ ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ୍‌ଙ୍କୁ ଭେଟି ନିଜ ଇସ୍ତଫାପତ୍ର ପ୍ରଦାନ କରିଥିଲେ। ହେମନ୍ତ ସରକାର ଗଠନ ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି ଜଣାଇଥିଲେ। ରାଜ୍ୟପାଳ ସରକାର ଗଢ଼ିବାକୁ ଆମନ୍ତ୍ରଣ କରିବା ସହ ହେମନ୍ତଙ୍କୁ ପୁନର୍ବାର ମୁଖ୍ୟମନ୍ତ୍ରୀ […] The post ‘ଜଣେ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଅତ୍ୟନ୍ତ ଦୁଃଖଦାୟକ’ appeared first on Dharitri Odia News.

‘ଜଣେ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଅତ୍ୟନ୍ତ ଦୁଃଖଦାୟକ’

ରାଞ୍ଚତ୍,୩ା୭:ସଦ୍ୟ ଜେଲରୁ ଫେରିଥିବା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତା ହେମନ୍ତ ସୋରେନ୍‌ ପୁଣି ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହାର ୫ ମାସ ପୂର୍ବରୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିବା ଚମ୍ପାଇ ସୋରେନ୍‌ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଚମ୍ପାଇ ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ୍‌ଙ୍କୁ ଭେଟି ନିଜ ଇସ୍ତଫାପତ୍ର ପ୍ରଦାନ କରିଥିଲେ। ହେମନ୍ତ ସରକାର ଗଠନ ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି ଜଣାଇଥିଲେ। ରାଜ୍ୟପାଳ ସରକାର ଗଢ଼ିବାକୁ ଆମନ୍ତ୍ରଣ କରିବା ସହ ହେମନ୍ତଙ୍କୁ ପୁନର୍ବାର ମୁଖ୍ୟମନ୍ତ୍ରୀ ରୂପେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।
ବର୍ତ୍ତମାନ ଏହି ପ୍ରସଙ୍ଗରେ ରାଜନୀତି ତୀବ୍ର ହୋଇଛି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା କହିଛନ୍ତି, ବରିଷ୍ଠ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଅତ୍ୟନ୍ତ ଦୁଃଖଦାୟକ। ମୁଁ ନିଶ୍ଚିତ ଯେ ଝାଡଖଣ୍ଡର ଲୋକମାନେ ଏହି କାର୍ଯ୍ୟକୁ ଦୃଢ ନିନ୍ଦା କରିବେ ଏବଂ ଏହାକୁ ପ୍ରତ୍ୟାଖ୍ୟାନ କରିବେ।

 

The post ‘ଜଣେ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଅତ୍ୟନ୍ତ ଦୁଃଖଦାୟକ’ appeared first on Dharitri Odia News.