ଜନଜାତି ଉପଦେଷ୍ଟା ପରିଷଦର ପ୍ରଥମ ବୈଠକ:ଜମିଜମା ହସ୍ତାନ୍ତରଣ ଆଇନ ସଂଶୋଧନ ପ୍ରସ୍ତାବକୁ ନାମଞ୍ଜୁର
ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଜନଜାତି ଉପଦେଷ୍ଟା ପରିଷଦ (TAC)ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି। ଏହି ପରିଷଦ ନଭେମ୍ବର ମାସରେ ଗଠିତ ହୋଇଥିଲା । ଏହାର କାର୍ଯ୍ୟକାଳ ଦୁଇ ବର୍ଷ ରଖାଯାଇଛି। ଜନଜାତିମାନଙ୍କୁ ସବୁ କ୍ଷେତ୍ରରେ ନ୍ୟାୟ ମିଳିବା ଏବଂ ସେମାନଙ୍କ ଅଧିକାରକୁ ସୁରକ୍ଷିତ କରିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ ହୋଇ କାମ କରୁଛନ୍ତି । ଜନଜାତିମାନଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଏହି […]

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଜନଜାତି ଉପଦେଷ୍ଟା ପରିଷଦ (TAC)ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି। ଏହି ପରିଷଦ ନଭେମ୍ବର ମାସରେ ଗଠିତ ହୋଇଥିଲା । ଏହାର କାର୍ଯ୍ୟକାଳ ଦୁଇ ବର୍ଷ ରଖାଯାଇଛି। ଜନଜାତିମାନଙ୍କୁ ସବୁ କ୍ଷେତ୍ରରେ ନ୍ୟାୟ ମିଳିବା ଏବଂ ସେମାନଙ୍କ ଅଧିକାରକୁ ସୁରକ୍ଷିତ କରିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ ହୋଇ କାମ କରୁଛନ୍ତି । ଜନଜାତିମାନଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।
ଆଜି ପରିଷଦର ବୈଠକରେ ୧୯୫୬ ଜମିଜମା ହସ୍ତାନ୍ତରଣ ଆଇନର ନିୟମାବଳୀ-2 ର ସଂଶୋଧନ ପ୍ରସ୍ତାବକୁ ନାମଞ୍ଜୁର କରାଯାଇଛି। ଏହା ଫଳରେ ଆଦିବାସୀମାନଙ୍କ ସଂପତ୍ତିକୁ ହସ୍ତାନ୍ତର କରାଯାଇପାରିବ ନାହିଁ।ବୈଠକରେ ମୁଣ୍ଡାରୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଛି। ଏହାବ୍ୟତୀତ ଅନ୍ୟାନ୍ୟ ଜନଜାତି ଭାଷାକୁ ଅଷ୍ଟମ ଅନୁଛେଦରେ ସ୍ଥାନିତ କରିବା ପାଇଁ ଆଲୋଚନା ହୋଇଛି।