ଜନଜାତିଙ୍କ ବିକାଶ ଲାଗି ବିଜେଡି ସମର୍ପିତ: ନବୀନ
ଭୁବନେଶ୍ୱର୧୦।୮(ଅନିଲ ଦାସ): ବିଜେଡି ପକ୍ଷରୁ ଶଙ୍ଖ ଭବନରେ ଶୁକ୍ରବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଜନଜାତି ସମ୍ପ୍ରଦାୟର ବିକାଶ ବିନା ଓଡ଼ିଶାର ବିକାଶ ସମ୍ଭବ ନୁହେଁ । ରାଜ୍ୟର ସମୁଦାୟ ଜନସଂଖ୍ୟାର ପ୍ରାୟ ଏକ ଚତୁର୍ଥାଂଶ ଆଦିବାସୀ ସମ୍ପ୍ରଦାୟ। ସେମାନଙ୍କ କଲ୍ୟାଣ ଏବଂ ସଂସ୍କୃତିର ସୁରକ୍ଷା ପାଇଁ ବିଜେଡି ସରକାର ଅନେକ ପଦକ୍ଷେପ ନେଇଥିଲା। କୋରାପୁଟରେ ଶହୀଦ […] The post ଜନଜାତିଙ୍କ ବିକାଶ ଲାଗି ବିଜେଡି ସମର୍ପିତ: ନବୀନ appeared first on Dharitri Odia News.
ଭୁବନେଶ୍ୱର୧୦।୮(ଅନିଲ ଦାସ): ବିଜେଡି ପକ୍ଷରୁ ଶଙ୍ଖ ଭବନରେ ଶୁକ୍ରବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଜନଜାତି ସମ୍ପ୍ରଦାୟର ବିକାଶ ବିନା ଓଡ଼ିଶାର ବିକାଶ ସମ୍ଭବ ନୁହେଁ । ରାଜ୍ୟର ସମୁଦାୟ ଜନସଂଖ୍ୟାର ପ୍ରାୟ ଏକ ଚତୁର୍ଥାଂଶ ଆଦିବାସୀ ସମ୍ପ୍ରଦାୟ। ସେମାନଙ୍କ କଲ୍ୟାଣ ଏବଂ ସଂସ୍କୃତିର ସୁରକ୍ଷା ପାଇଁ ବିଜେଡି ସରକାର ଅନେକ ପଦକ୍ଷେପ ନେଇଥିଲା। କୋରାପୁଟରେ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ, କଳାହାଣ୍ଡିରେ ଶହୀଦ ରେଣ୍ଡୋ ମାଝି ମେଡିକାଲ କଲେଜ, ବାରିପଦାରେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏବଂ ରାଉରକେଲାରେ ଭଗବାନ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ବିଜେଡି ସରକାର କରିଛି । ସେମାନଙ୍କ ସଂସ୍କୃତିର ସୁରକ୍ଷା ପାଇଁ ବିଜେଡି ସରକାର ସ୍ପେସିଆଲ ଡେଭେଲପମେଣ୍ଟ କାଉନ୍ସିଲ ଗଠନ କରିଥିଲା । ଏହା ଥିଲା ସାରା ଦେଶରେ ଏକ ନୂଆ ପଦକ୍ଷେପ ା ଜଙ୍ଗଲ ଜମି ଅଧିକାର ହେଉ ବା ଶିକ୍ଷାର ପ୍ରସାର ବା ଜୀବିକାର ସୁରକ୍ଷା ବା ସାନ୍ତାଳି ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ଏସବୁ କାମ ବିଜେଡି ସରକାର ସମୟରେ ହିଁ ହୋଇଛି । ବିଜେଡି ସରକାର ୧୬୯ କମ୍ୟୁନିଟିକୁ ଜନଜାତି ସମ୍ପ୍ରଦାୟର ମାନ୍ୟତା ପ୍ରଦାନ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ଲଗାତର ଦାବି କରି ଆସୁଛି ା ସେହିପରି କିଛି ଜନଜାତି ଭାଷା ଯଥା- ହୋ, ମୁଣ୍ଡାରୀ, ଭୂମିଜ, ସଉରା ଓ କୁଇ ଇତ୍ୟାଦିକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ପାଇଁ ବିଜେଡି ଦାବି କରିଆସୁଛି। ଉଭୟ ଦାବିକୁ କେନ୍ଦ୍ର ସରକାର ତୁରନ୍ତ ମାନିନେବା ଉଚିତ ବୋଲି ନବୀନ କହିଛନ୍ତି। ପୂର୍ବତନ ମନ୍ତ୍ରୀ ସୁଦାମ ମାରାଣ୍ଡି ଏହି କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇଥିବା ବେଳେ କୋରାପୁଟର ବିଜେଡି ସାଂସଦ ପ୍ରାର୍ଥୀ କୌଶଲ୍ୟା ହିକ୍କା, ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ଓ ଅଶୋକ ପଣ୍ଡା ପ୍ରମୁଖ ଉଦ୍ବୋଧନ ଦେଇଥିଲେ। ବିଜୁ ଜନତା ଦଳର ମିଡିଆ ସଂଯୋଜକ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଦେଇଥିଲେ। ପ୍ରାରମ୍ଭରେ ଭିନ୍ନ ଭିନ୍ନ ଗ୍ରୁପ ଆଦିବାସୀ ନୃତ୍ୟର ତାଳେ ତାଳେ ଅତିଥିମାନଙ୍କୁ ସ୍ବାଗତ କରିଥିଲେ।
ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୧ ହଜାରରୁ ଊର୍ଦ୍ଧ୍ୱ ଜନଜାତି ସମ୍ପ୍ରଦାୟର ଲୋକମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି ବିଶ୍ୱ ଆଦିବାସୀ ଦିବସରେ ବିଜେଡିର ବହୁ ନେତା ଓ କର୍ମୀ ଯୋଗଦେଇଥିଲେ।
The post ଜନଜାତିଙ୍କ ବିକାଶ ଲାଗି ବିଜେଡି ସମର୍ପିତ: ନବୀନ appeared first on Dharitri Odia News.