ଜବତ ରେକର୍ଡରୁ ୫ ଲକ୍ଷ କୋଟି ଟଙ୍କାର ହେରୋଇନ ଗାଏବ, କେନ୍ଦ୍ରକୁ ଜବାବ ମାଗିଲେ ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ,୩ା୫: ୨୦୧୮ରୁ ୨୦୨୦ ମଧ୍ୟରେ ଜବତ ହୋଇଥିବା ୭୦,୭୭୨.୪୮ କିଲୋଗ୍ରାମ ହେରୋଇନ୍ ରେକର୍ଡରୁ ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି। ଏନେଇ ଦିଲ୍ଲୀ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ବି.ଆର୍. ଅରବିନ୍ଦାକ୍ଷଣଙ୍କ ପକ୍ଷରୁ ଦାଏର ପିଟିଶନ ଉପରେ ଜଷ୍ଟିସ୍ ସୁବ୍ରମଣ୍ୟମ ପ୍ରସାଦ କେନ୍ଦ୍ରକୁ ନୋଟିସ ଜାରି କରି ୪ ସପ୍ତାହ ମଧ୍ୟରେ ଜବାବ ଦେବାକୁ କହିଛନ୍ତି। ଡ୍ରଗ୍ସ ଜବତ ନେଇ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍ସିଆର୍ବି) ରିପୋର୍ଟ ଏବଂ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ତଥ୍ୟରେ ତାଳମେଳ ନ […] The post ଜବତ ରେକର୍ଡରୁ ୫ ଲକ୍ଷ କୋଟି ଟଙ୍କାର ହେରୋଇନ ଗାଏବ, କେନ୍ଦ୍ରକୁ ଜବାବ ମାଗିଲେ ଦିଲ୍ଲୀ ହାଇକୋର୍ଟ appeared first on Dharitri Odia News.
ନୂଆଦିଲ୍ଲୀ,୩ା୫: ୨୦୧୮ରୁ ୨୦୨୦ ମଧ୍ୟରେ ଜବତ ହୋଇଥିବା ୭୦,୭୭୨.୪୮ କିଲୋଗ୍ରାମ ହେରୋଇନ୍ ରେକର୍ଡରୁ ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି। ଏନେଇ ଦିଲ୍ଲୀ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ବି.ଆର୍. ଅରବିନ୍ଦାକ୍ଷଣଙ୍କ ପକ୍ଷରୁ ଦାଏର ପିଟିଶନ ଉପରେ ଜଷ୍ଟିସ୍ ସୁବ୍ରମଣ୍ୟମ ପ୍ରସାଦ କେନ୍ଦ୍ରକୁ ନୋଟିସ ଜାରି କରି ୪ ସପ୍ତାହ ମଧ୍ୟରେ ଜବାବ ଦେବାକୁ କହିଛନ୍ତି।
ଡ୍ରଗ୍ସ ଜବତ ନେଇ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍ସିଆର୍ବି) ରିପୋର୍ଟ ଏବଂ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ତଥ୍ୟରେ ତାଳମେଳ ନ ଥିବା ଆବେଦନକାରୀ ପିଟିଶନରେ ଦର୍ଶାଇଛନ୍ତି। ଜବତ ହେରୋଇନର ଦାମ୍ ଅନ୍ତର୍ଜାତୀୟ ବଜାରରେ ପ୍ରାୟ ୫ ଲକ୍ଷ କୋଟି ଟଙ୍କା ହୋଇଥିବାବେଳେ ଏହା ରେକର୍ଡରୁ ଗାଏବ ହୋଇଯିବା ଜାତୀୟ ସୁରକ୍ଷା, ସାମାଜିକ ସ୍ଥିରତା ଏବଂ ଆର୍ଥତ୍କ ଦୁଷ୍ପରିଣାମକୁ ନେଇ ଚିନ୍ତା ବଢ଼ାଇଛି ବୋଲି ଆବେଦନକାରୀ କହିଛନ୍ତି।
The post ଜବତ ରେକର୍ଡରୁ ୫ ଲକ୍ଷ କୋଟି ଟଙ୍କାର ହେରୋଇନ ଗାଏବ, କେନ୍ଦ୍ରକୁ ଜବାବ ମାଗିଲେ ଦିଲ୍ଲୀ ହାଇକୋର୍ଟ appeared first on Dharitri Odia News.