ଜମ୍ମୁ-କଶ୍ମୀର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର
ନୂଆଦିଲ୍ଲୀ : ଘୋଷଣା ହୋଇଛି ଜମ୍ମୁ-କଶ୍ମୀର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ତାରିଖ । ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ସାମ୍ବାଦିକ ସମ୍ମିଳନୀ ହରିୟାଣା ଓ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ନେଇ ତାରିଖ ଘୋଷଣା କରିଛନ୍ତି। ହରିୟାଣାରେ ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଜମ୍ମୁ-କଶ୍ମୀରରେ ୩ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଅକ୍ଟୋବର ୪ରେ ଉଭୟ ରାଜ୍ୟର ଭୋଟ୍ ଗଣତି ହେବା ସହ ନିର୍ବାଚନ ଫଳାଫଳ ପ୍ରକାଶ କରାଯିବ। […]

ନୂଆଦିଲ୍ଲୀ : ଘୋଷଣା ହୋଇଛି ଜମ୍ମୁ-କଶ୍ମୀର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ତାରିଖ । ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ସାମ୍ବାଦିକ ସମ୍ମିଳନୀ ହରିୟାଣା ଓ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ନେଇ ତାରିଖ ଘୋଷଣା କରିଛନ୍ତି। ହରିୟାଣାରେ ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଜମ୍ମୁ-କଶ୍ମୀରରେ ୩ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଅକ୍ଟୋବର ୪ରେ ଉଭୟ ରାଜ୍ୟର ଭୋଟ୍ ଗଣତି ହେବା ସହ ନିର୍ବାଚନ ଫଳାଫଳ ପ୍ରକାଶ କରାଯିବ।
ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ସୂଚନା ଅନୁସାରେ ହରିୟାଣାରେ ଗୋଟିଏ ପର୍ଯ୍ୟାୟରେ ଅକ୍ଟୋବର ୧ ତାରିଖରେ ୯୦ ଟି ବିଧାନସଭା ଆସନ ପାଇଁ ମତଦାନ ହେବ । ଏଠାରେ ୨ କୋଟି ୧ ଲକ୍ଷ ମତଦାତା ମତଦାନ କରିବେ । ଏଥିପାଇଁ ୨୦ ହଜାର ୨୬୯ ପୁଲିଂ ଷ୍ଟେସନର ବ୍ୟବସ୍ଥା କରାଯିବ । ୧୫୦ ରୁ ଅଧିକ ମେଡାଲ ପୁଲିଂ ବୁଥ୍ ରହିବ । ଅକ୍ଟୋବର ୧ରେ ଭୋଟ ଗ୍ରହଣ ପରେ ଅକ୍ଟୋବର ୪ରେ ଗଣନା କରାଯିବ।
ସେହିପରି ଜମ୍ମୁ-କଶ୍ମୀରରେ ୩ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଜମ୍ମୁ-କାଶ୍ମୀରରେ ୯୦ ବିଧାନସଭା ଆସନ ପାଇଁ ୩ ପର୍ଯ୍ୟାୟରେ ସେପ୍ଟେମ୍ବର ୧୮, ସେପ୍ଟେମ୍ବର ୨୫ ଏବଂ ଅକ୍ଟୋବର ୧ ଭୋଟ ଗ୍ରହଣ କରାଯିବ। ମୋଟ ୮୭ ଲକ୍ଷ ୯ ହଜାର ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ। ଜମ୍ମୁ-କାଶ୍ମୀରରେ ୧୧ ହଜାର ୮୦୦ଟି ପୋଲିଂ ଷ୍ଟେସନ କରାଯିବ। କଶ୍ମୀରୀ ପ୍ରବାସୀମାନେ ଯେପରି ସେମାନଙ୍କ ମତ ସାବ୍ୟସ୍ତ କରିପାରିବେ, ସେଥିପାଇଁ ମଧ୍ୟ ନିର୍ବାଚନ କମିଶନ ବ୍ୟବସ୍ଥା କରିଛନ୍ତି। ସେମାନଙ୍କ ପାଇଁ ୨୬ଟି ସ୍ୱତନ୍ତ୍ର ପୋଲିଂ ଷ୍ଟେସନ କରାଯିବ। ଏଥିରୁ ଦିଲ୍ଲୀରେ ୪ଟି, ଜମ୍ମୁରେ ୨୧ଟି ଓ ଉଧାମପୁରରେ ଗୋଟିଏ ହେବ। ଏହି ୨୬ଟି ପୋଲି ଷ୍ଟେସନରେ ୨୩,୫୦୪ କଶ୍ମୀରୀ ପ୍ରବାସୀ ସେମାନଙ୍କ ମତ ସାବ୍ୟସ୍ତ କରିପାରିବେ ବୋଲି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି।