ଜଳୁଛି ଓଡ଼ିଶା: ୪୩ ଉପରେ ୯ସହର ତାପମାତ୍ରା
ଭୁବନେଶ୍ୱର, ୨୧।୪(ଅସମାପିକା ସାହୁ)- ରାଜ୍ୟରେ ବାରିପଦା ପୁଣି ରବିବାର ଉତ୍ତପ୍ତ ସହର ପାଲଟିଛି। ସର୍ବୋଚ୍ଚ ଦିନ ତାପମାତ୍ରା ୪୪.୬ଡିଗ୍ରୀ ସେଲସିୟସ ସହିତ ବାରିପଦା ଉତ୍ତପ୍ତ ସହର ରହିଥିଲା। ୩୦ସହରରେ ତାପମାତ୍ରା ୪୦ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଥିବା ବେଳେ ୯ସହରରେ ତାପମାତ୍ରା ୪୩ଡିଗ୍ରୀ ପାର୍ କରିଛି। ରାଜ୍ୟରେ ଆଉ ଗୋଟିଏ ଦିନ ଗ୍ରୀଷ୍ଣ ପ୍ରବାହ ଜାରି ହେବାକୁ ଥିବା ବେଳେ ଏହାପରେ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରା ପୂର୍ବାନୁମାନ କରିଛି। […] The post ଜଳୁଛି ଓଡ଼ିଶା: ୪୩ ଉପରେ ୯ସହର ତାପମାତ୍ରା appeared first on Dharitri Odia News.
ଭୁବନେଶ୍ୱର, ୨୧।୪(ଅସମାପିକା ସାହୁ)- ରାଜ୍ୟରେ ବାରିପଦା ପୁଣି ରବିବାର ଉତ୍ତପ୍ତ ସହର ପାଲଟିଛି। ସର୍ବୋଚ୍ଚ ଦିନ ତାପମାତ୍ରା ୪୪.୬ଡିଗ୍ରୀ ସେଲସିୟସ ସହିତ ବାରିପଦା ଉତ୍ତପ୍ତ ସହର ରହିଥିଲା। ୩୦ସହରରେ ତାପମାତ୍ରା ୪୦ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଥିବା ବେଳେ ୯ସହରରେ ତାପମାତ୍ରା ୪୩ଡିଗ୍ରୀ ପାର୍ କରିଛି। ରାଜ୍ୟରେ ଆଉ ଗୋଟିଏ ଦିନ ଗ୍ରୀଷ୍ଣ ପ୍ରବାହ ଜାରି ହେବାକୁ ଥିବା ବେଳେ ଏହାପରେ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରା ପୂର୍ବାନୁମାନ କରିଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ ନୂଆପଡ଼ାରେ ୪୪, ତାଳଚେରରେ ୪୩.୮, ଝାରସୁଗୁଡ଼ା ଓ କେନ୍ଦୁଝରରେ ୪୩.୬, ଅନୁଗୋଳ ୪୩.୩, ବଳାଙ୍ଗୀର ୪୩.୨, ସୁନ୍ଦରଗଡ଼ ଓ ବୌଦ୍ଧରେ ୪୩, ଢେଙ୍କାନାଳ ୪୨.୯, ଟିଟିଲାଗଡ଼ ୪୨.୫, ରାଉରକେଲା ୪୨.୧, ଭବାନିପାଟଣା ଓ ନୟାଗଡ଼ରେ ୪୨, ଚାନ୍ଦବାଲି ଓ ହିରାକୁଦରେ ୪୧.୯, ଭଦ୍ରକ ୪୧.୮, ସମ୍ବଲପୁର ଓ ମାଲକାନଗିରିରେ ୪୧.୭, କଟକ ଓ ଭୁବନେଶ୍ୱରରେ ୪୧.୬, ପାରଳାଖେମୁଣ୍ଡି ଓ ଯାଜପୁରରେ ୪୧, ଫୁଲବାଣୀ, ସୋନପୁର, ବରଗଡ଼ ଓ କେନ୍ଦ୍ରାପଡ଼ାରେ ୪୦.୮, ବାଲେଶ୍ୱର ଓ ଖୋର୍ଦ୍ଧାରେ ୪୦.୫ ଏବଂ ଜଗତସିଂହପୁରରେ ୪୦ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ପୂର୍ବାନୁମାନଯାୟୀ ସୋମବାର ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ନୂଆପଡ଼ା, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ନୟାଗଡ଼ ଜିଲାର କିଛି ସ୍ଥାନରେ ପ୍ରବଳ ଗ୍ରୀଷ୍ଣ ପ୍ରବାହ ଅନୁଭୂତ ହେବ। ଏଥିପାଇଁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ରାଜ୍ୟରେ ଉଷ୍ଣ ଏବଂ ଆଦ୍ର ପାଣିପାଗ ରହିବାର ସମ୍ଭାବନା ରହିଥିବା ବେଳେ ୟେଲୋ ଓ୍ବାର୍ନିଂ ମଧ୍ୟ ଜାରି କରାଯାଇଛି। ତେବେ ୨୫ରୁ ପୁଣି ତାତି ବଢ଼ିବ। ୨୫ରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁରକୁ ଗ୍ରୀଷ୍ଣ ପ୍ରବାହ ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ସେପଟେ ଶନିବାର ରାତିରୁ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିବାଳ ଦେଖାଯାଇଥିଲା। କୋରାପୁଟର କୋଟପାଡ଼ରେ ସର୍ବାଧିକ ୧୧୨ମିମି ବର୍ଷା ହୋଇଥିବା ବେଳେ ରାୟଗଡ଼ାର କୋଲନରାରେ ୨୪.୪, ରାୟଗଡ଼ାରେ ୨୦.୨, ରାୟଗଡ଼ା(ପିଟିଓ) ୧୫.୮, କଳାହାଣ୍ଡିର ଜାଇପାଟଣାଠାରେ ୧୨ମିମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୫ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାକୁ କାଳବୈଶାଖୀ ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।
The post ଜଳୁଛି ଓଡ଼ିଶା: ୪୩ ଉପରେ ୯ସହର ତାପମାତ୍ରା appeared first on Dharitri Odia News.