ଜାଣନ୍ତୁ କେତେ ବର୍ଷ ପର୍ଯ୍ୟନ୍ତ ମିଳିବ ସୁଭଦ୍ରା ସହାୟତା ରାଶି, ଏମିତି କହିଲେ…
ଭୁବନେଶ୍ୱର,୨୩।୮: ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ରଖିଥିଲା ଭାଜପା। ଏହାକୁ ମୁଦ୍ଦା କରି ନିର୍ବାଚନ ବୈତରଣୀ ମଧ୍ୟ ପାର ହୋଇଥିଲା। ତେବେ ଶୁକ୍ରବାର ସରକାର ଏହି ଯୋଜନାର ଏସ୍ଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଏହି ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ […] The post ଜାଣନ୍ତୁ କେତେ ବର୍ଷ ପର୍ଯ୍ୟନ୍ତ ମିଳିବ ସୁଭଦ୍ରା ସହାୟତା ରାଶି, ଏମିତି କହିଲେ… appeared first on Dharitri Odia News.
ଭୁବନେଶ୍ୱର,୨୩।୮: ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ରଖିଥିଲା ଭାଜପା। ଏହାକୁ ମୁଦ୍ଦା କରି ନିର୍ବାଚନ ବୈତରଣୀ ମଧ୍ୟ ପାର ହୋଇଥିଲା। ତେବେ ଶୁକ୍ରବାର ସରକାର ଏହି ଯୋଜନାର ଏସ୍ଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଏହି ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅନ୍ୟପକ୍ଷେ, ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ସହାୟତା ରାଶି ଦିଆଯିବ। ଏନେଇ ହିତାଧିକାରୀଙ୍କ ସୁଭଦ୍ରା ଡେବିଟ କାର୍ଡ ପ୍ରଦାନ କରାଯିବ।
ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା ଏସ୍ଓପି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି କ୍ୟାବିନେଟ୍ରେ ଏସ୍ଓପି ପାରିତ ହୋଇଥିବା ସେ ସୂଚନା ଦେଇଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ।
ଡିବିଟି ମାଧ୍ୟମରେ ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କା ପ୍ରଦାନ କରାଯିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଅର୍ଥାତ ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ଏହି ସହାୟତା ରାଶି ମିଳିବ। ଏହାଦ୍ୱାରା ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଯୋଜନା ପାଇଁ ସରକାର ହିତାଧିକାରୀଙ୍କୁ ସୁଭଦ୍ରା ଡେବିଟ୍ କାର୍ଡ ପ୍ରଦାନ କରିବେ।
ଏଥିସହିତ ରାଜ୍ୟରେ ଡିଜିଟାଲ କାରବାରକୁ ପ୍ରୋତ୍ସାହନ ପାଇଁ ସରକାର ଅତିରିକ୍ତ ସହାୟତା ପ୍ରଦାନ କରିବେ। ସର୍ବାଧିକ ଡିଜିଟାଲ କାରବାର କରିଥିବା ହିତାଧିକାରୀଙ୍କୁ ଅତିରିକ୍ତ ୫ଶହ ପୁରସ୍କାର ସ୍ୱରୂପ ମିଳିବ। ପ୍ରତି ପଞ୍ଚାୟତର ୧୦୦ ଜଣ ହିତାଧିକାରୀଙ୍କୁ ଏହି ଅତିରିକ୍ତ ୫ଶହ ଟଙ୍କା ପାଇବେ।
The post ଜାଣନ୍ତୁ କେତେ ବର୍ଷ ପର୍ଯ୍ୟନ୍ତ ମିଳିବ ସୁଭଦ୍ରା ସହାୟତା ରାଶି, ଏମିତି କହିଲେ… appeared first on Dharitri Odia News.