ଜାଣନ୍ତୁ କେବେ ହେବ ଯୁକ୍ତ ଦୁଇ ପରୀକ୍ଷା: CHSE ପକ୍ଷରୁ ହେଲା ଡେଟ୍ କନଫର୍ମ
ଭୁବନେଶ୍ୱର,୪।୨: ଯୁକ୍ତ ଦୁଇ ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ତାରିଖରେ ଶେଷ ହେବ। ଯୁକ୍ତଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା, ପତ୍ର ବିନିମୟ ପାଠ୍ୟକ୍ରମର ନିୟମିତ ଓ ପୂର୍ବ ନିୟମିତ (ଏକ୍ସ-ରେଗୁଲାର) ଥିଓରୀ ପରୀକ୍ଷା ଆରମ୍ଭ ହେବ ବୋଲି ଜଣାପଡିଛି । ଏନେଇ ସବୁ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି ସିଏଚ୍ଏସଇ ଅଧ୍ୟକ୍ଷ ।ଯୁକ୍ତ ଦୁଇ ପରୀକ୍ଷା ପ୍ରସ୍ତୁତି ନେଇ ସିଏଚ୍ଏସ୍ସି ପକ୍ଷରୁ ସୂଚନା ଦିଆଯାଇଛି। ୧୨୭୬ ସେଣ୍ଟରରେ ୩,୯୩,୬୧୮ ପରୀକ୍ଷାର୍ଥୀ ପରୀକ୍ଷା […] The post ଜାଣନ୍ତୁ କେବେ ହେବ ଯୁକ୍ତ ଦୁଇ ପରୀକ୍ଷା: CHSE ପକ୍ଷରୁ ହେଲା ଡେଟ୍ କନଫର୍ମ appeared first on Dharitri Odia News.
ଭୁବନେଶ୍ୱର,୪।୨: ଯୁକ୍ତ ଦୁଇ ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ତାରିଖରେ ଶେଷ ହେବ। ଯୁକ୍ତଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା, ପତ୍ର ବିନିମୟ ପାଠ୍ୟକ୍ରମର ନିୟମିତ ଓ ପୂର୍ବ ନିୟମିତ (ଏକ୍ସ-ରେଗୁଲାର) ଥିଓରୀ ପରୀକ୍ଷା ଆରମ୍ଭ ହେବ ବୋଲି ଜଣାପଡିଛି । ଏନେଇ ସବୁ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି ସିଏଚ୍ଏସଇ ଅଧ୍ୟକ୍ଷ ।ଯୁକ୍ତ ଦୁଇ ପରୀକ୍ଷା ପ୍ରସ୍ତୁତି ନେଇ ସିଏଚ୍ଏସ୍ସି ପକ୍ଷରୁ ସୂଚନା ଦିଆଯାଇଛି। ୧୨୭୬ ସେଣ୍ଟରରେ ୩,୯୩,୬୧୮ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। କପି ରୋକିବା ପାଇଁ ସବୁ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା ହୋଇଛି।
ସୂଚନାଯୋଗ୍ୟ, ଚଳିତ ବର୍ଷ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ମାର୍କିଂ ଢାଞ୍ଚାରେ ବଡ ପରିବର୍ତ୍ତନ ଆସିବ । ଚଳିତ ବର୍ଷ ୮୦ ମାର୍କର ଥିଓରି ଏବଂ ୨୦ ମାର୍କର ଆସେସମେଣ୍ଟ ପରୀକ୍ଷା ହେବ । ପ୍ରଥମ ଥର ପାଇଁ ଆସେସମେଣ୍ଟ ପରୀକ୍ଷା ଦେବେ ଯୁକ୍ତ ଦୁଇ ଛାତ୍ରୀଛାତ୍ର ।୧୮ରେ ବିଜ୍ଞାନ ବିଭାଗର ଏମଆଇଏଲ୍ ଓଡ଼ିଆ ପରୀକ୍ଷା, ୧୯ରେ କଳା ଓ ବାଣିଜ୍ୟ ବିଭାଗର ଛାତ୍ରଛାତ୍ରୀଙ୍କର ଓଡ଼ିଆ ପରୀକ୍ଷା ହେବ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପତ୍ରବିନିମୟ ପରୀକ୍ଷା ଅନୁଷ୍ଠିତ ହେବ । ଏଥର ପରୀକ୍ଷାକୁ ଶୃଙ୍ଖଳିତ କରିବା ପାଇଁ ସିଏଚଏସଇ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି । ଡିସେମ୍ବର ୨୩ରୁ ୩୦ ତରିଖ ପର୍ଯ୍ୟନ୍ତ ଇଣ୍ଟରନାଲ ପରୀକ୍ଷା ପ୍ରୋଜେଷ୍ଟ ପରୀକ୍ଷା ଅନୁଷ୍ଠିତ ହେବ । ସେହିପରି ଜାନୁଆରୀ ୨ରୁ ୧୨ ତାରିଖ ମଧ୍ୟରେ ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବା ନେଇ ପୂର୍ବରୁ ପରୀକ୍ଷା ସୂଚୀ ପ୍ରକାଶ ପାଇଥିଲା ।
ଏହା ପୂର୍ବରୁ ନଭେମ୍ବର ୨୫ ପର୍ଯ୍ୟନ୍ତ ଯୁକ୍ତଦୁଇ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଥିବାବେଳେ ତାହାକୁ ପୁନର୍ବାର ବୃଦ୍ଧି କରାଯାଇଥିଲା । ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ଏହି ଅବଧିକୁ ବୃଦ୍ଧି କରାଯାଇଥିଲା। ବିଭିନ୍ନ କନିଷ୍ଠ ମହାବିଦ୍ୟାଳୟ (ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଅନୁରୋଧ କରାଯିବା ପରେ ପରିଷଦ ପକ୍ଷରୁ ଏହି ଅବଧିକୁ ଆଉ ଥରେ ବୃଦ୍ଧି କରାଯାଇଛି ।
The post ଜାଣନ୍ତୁ କେବେ ହେବ ଯୁକ୍ତ ଦୁଇ ପରୀକ୍ଷା: CHSE ପକ୍ଷରୁ ହେଲା ଡେଟ୍ କନଫର୍ମ appeared first on Dharitri Odia News.