ଜାନୁଆରୀ ମାସରେ ଛୁଟିଦିନରେ ଖୋଲା ରହିବ ଲୋକସେବା ଭବନ ଉଦ୍ୟାନ, ଆସନ୍ତାକାଲିଠୁ ଆରମ୍ଭ
ଅପରାହ୍ନ ସାଢ଼େ ୩ଟାରୁ ସନ୍ଧ୍ୟା ସାଢ଼େ ୫ଟା ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକେ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ।
ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଜାନ୍ରୁୟାରୀ ମାସର ଛୁଟି ଦିନ ଗୁଡ଼ିକରେ ଲୋକସେବା ଭବନର ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ । ଆସନ୍ତାକାଲି ରବିବାରଠୁ ଏହି ଉଦ୍ୟାନ ଖୋଲା ରହିବ ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁୟାରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ । ଜନସାଧାରଣ ଏହି ଦିନଗୁଡ଼ିକରେ ଅପରାହ୍ନ ସାଢ଼େ ୩ଟାରୁ ସନ୍ଧ୍ୟା ସାଢ଼େ ୫ଟା ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି ।